ଆଗାମୀ ୪ ରୁ ୫ ଦିନ ଯାଏଁ ରାଜ୍ୟରେ ବିଶେଷ ବର୍ଷାର ସମ୍ଭାବନା ନାହିଁ

0
334
ଆଗାମୀ ୪ ରୁ ୫ ଦିନ ଯାଏଁ ରାଜ୍ୟରେ ବିଶେଷ ବର୍ଷାର ସମ୍ଭାବନା ନାହିଁ

By Our Correspondent

BHUBANESWAR: ଆଜିଠୁ କମିବ ବର୍ଷାର ବିସ୍ତୃତି ଏବଂ ପରିମାଣ . ସକ୍ରିୟ ଲଘୁଚାପ କ୍ଷେତ୍ର ଧୀରେ ଧୀରେ ଛତିଶଗଡ ମୁହାଁ ହେଉଥିବାରୁ ଆଜିଠୁ ରାଜ୍ୟରେ ବର୍ଷାର ପ୍ରଭାବ କମିବାର ସମ୍ଭାବନା ରହିଛି | ଆଗାମୀ ୪ ରୁ ୫ ଦିନ ଯାଏଁ ରାଜ୍ୟରେ ବିଶେଷ ବର୍ଷାର ସମ୍ଭାବନା ନାହିଁ.

ମୌସୁମୀ ନିମ୍ନଚାପ ରେଖାର ପଶ୍ଚିମ ଭାଗ ହିମାଳୟର ପାଦଦେଶରେ ଅବସ୍ଥାନ କରୁଥିବା ବେଳେ, ପୂର୍ବଭାଗ ଉତ୍ତରପ୍ରଦେଶର ଗୋରଖପୁରରୁ ବାହାରି ଦେହରି, ରାଞ୍ଚି ମଧ୍ୟଦେଇ ଓଡ଼ିଶାର ବାଲେଶ୍ୱରରୁ ଦକ୍ଷିଣପୂର୍ବ ଦିଗରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଉତ୍ତର-ଓଡିଶା ଉପକୂଳ ଅଞ୍ଚଳରେ ସକ୍ରିୟ ଲଘୁଚାପ କ୍ଷେତ୍ରର କେନ୍ଦ୍ର ଯାଏଁ ଲମ୍ବିଛି.

LEAVE A REPLY

Please enter your comment!
Please enter your name here