By Our Correspondent
PURI/BHUBANESWAR: ଇଂରାଜୀ ନବବର୍ଷ ଏବଂ ଛୁଟି ଯୋଗୁଁ ଆଗାମୀ କିଛି ଦିନ ଧରି ଶ୍ରୀମନ୍ଦିରରେ ବହୁ ସଂଖ୍ୟାରେ ଶ୍ରଦ୍ଧାଳୁଙ୍କ ଆଗମନ ତଥା ଭିଡ ଅନୁମାନ କରାଯାଉଛି ।
ତେଣୁ ଠିକଣା ସମୟରେ ନୀତିକାନ୍ତି ସମ୍ପାଦନ ତଥା ଶ୍ରଦ୍ଧାଳୁଙ୍କ ପାଇଁ ଦର୍ଶନ ବ୍ୟବସ୍ଥା କରାଯିବା ଉଦ୍ଦେଶ୍ୟରେ ଆସନ୍ତାକାଲି ତା 25-12-24 ରିଖ ଠାରୁ ତା 02-01-25 ରିଖ ପର୍ଯ୍ଯନ୍ତ ରତ୍ନଭଣ୍ଡାର ମରାମତି କାମ ସ୍ଥଗିତ ରଖାଯାଇଛି ।
ଆସନ୍ତା ତା 03-01-25 ରିଖ ଠାରୁ ପୁଣିଥରେ ରାଜ୍ୟ ସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା ଏବଂ ଶ୍ରୀମନ୍ଦିର ପ୍ରଶାସନ ବ୍ୟବସ୍ଥା ଅନୁସାରେ ରତ୍ନଭଣ୍ଡାର ମରାମତି ଆରମ୍ଭ ହେବ । ଏଥିପାଇଁ ସମସ୍ତଙ୍କ ସହଯୋଗ କାମନା କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ।