ଆସନ୍ତା ଜୁଲାଇ ୨୮ ତାରିଖ (ସୋମବାର) ଦିନ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ

0
166

By Our Correspondent

BHUBANESWAR: ଆସନ୍ତା ଜୁଲାଇ ୨୮ ତାରିଖ (ସୋମବାର) ଦିନ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ।  ମାନ୍ୟବର ମୁଖ୍ୟମନ୍ତ୍ରୀ ସକାଳ ୮  ଘଟିକାରୁ ୟୁନିଟ-୨, ଅଶୋକ ନଗର, ଭୁବନେଶ୍ୱର ସ୍ଥିତ ପୂର୍ବତନ ସରକାରୀ ପ୍ରାଥମିକ ବିଦ୍ୟାଳୟ (କ୍ୟାପିଟାଲ ନର୍ସରୀ ନିକଟସ୍ଥ) ଠାରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ।

ଏହି ଅଭିଯୋଗ ଶୁଣାଣି ପାଇଁ ଅନଲାଇନ ପଞ୍ଜିକରଣ  ଜୁଲାଇ ୨୫ ତାରିଖ ଠାରୁ ଆରମ୍ଭ ହୋଇ ସର୍ବାଧିକ ୧୦୦୦ ଜଣ ପଞ୍ଜିକରଣ କରିବା ପର୍ଯ୍ୟନ୍ତ ଖୋଲା ରହିବ।

ଏଥି ନିମନ୍ତେ, ଆଗ୍ରହୀ ଜନସାଧାରଣ ଜନଶୁଣାଣି ପୋର୍ଟାଲ (janasunani.odisha.gov.in) ଅଥବା ଜନଶୁଣାଣି ମୋବାଇଲ ଆପ୍ଲିକେଶନ ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିବା ପାଇଁ ପଞ୍ଜିକରଣ କରିପାରିବେ।

LEAVE A REPLY

Please enter your comment!
Please enter your name here