ଆସନ୍ତା ସୋମବାର ଅଗଷ୍ଟ ୧୧ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ, ଏହି ଅଭିଯୋଗ ଶୁଣାଣି ପାଇଁ ଅନଲାଇନ ପଞ୍ଜିକରଣ ଆସନ୍ତାକାଲି ଅଗଷ୍ଟ ୬ ତାରିଖ ପୂର୍ବାହ୍ନ ୧୧ ଠାରୁ ଆରମ୍ଭ  ହୋଇ ସର୍ବାଧିକ ୧୦୦୦ ଜଣ ପଞ୍ଜିକରଣ କରିବା ପର୍ଯ୍ୟନ୍ତ ଖୋଲା ରହିବ

0
281
Chief Minister Mohan Charan Majhi-file

By Our Correspondent

BHUBANESWAR: ଆସନ୍ତା ସୋମବାର ଅଗଷ୍ଟ ୧୧ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ। ମାନ୍ୟବର ମୁଖ୍ୟମନ୍ତ୍ରୀ ପୂର୍ବାହ୍ନ ୧୧ ଘଟିକାରୁ ୟୁନିଟ-୨, ଅଶୋକ ନଗର, ଭୁବନେଶ୍ୱର ସ୍ଥିତ ପୂର୍ବତନ ସରକାରୀ ପ୍ରାଥମିକ ବିଦ୍ୟାଳୟ (କ୍ୟାପିଟାଲ ନର୍ସରୀ ନିକଟସ୍ଥ) ଠାରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ ।

ଏହି ଅଭିଯୋଗ ଶୁଣାଣି ପାଇଁ ଅନଲାଇନ ପଞ୍ଜିକରଣ ଆସନ୍ତାକାଲି ଅଗଷ୍ଟ ୬ ତାରିଖ ପୂର୍ବାହ୍ନ ୧୧ ଠାରୁ ଆରମ୍ଭ  ହୋଇ ସର୍ବାଧିକ ୧୦୦୦ ଜଣ ପଞ୍ଜିକରଣ କରିବା ପର୍ଯ୍ୟନ୍ତ ଖୋଲା ରହିବ ।
ଏଥି ନିମନ୍ତେ, ଆଗ୍ରହୀ ଜନସାଧାରଣ ଜନଶୁଣାଣି ପୋର୍ଟାଲ (janasunani.odisha.gov.in) ଅଥବା ଜନଶୁଣାଣି ମୋବାଇଲ ଆପ୍ଲିକେସନ ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିବା ପାଇଁ ପଞ୍ଜିକରଣ କରିପାରିବେ ।

LEAVE A REPLY

Please enter your comment!
Please enter your name here