କବି ରମାକାନ୍ତ ରଥଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ବ୍ୟକ୍ତ କରିଛନ୍ତି, ସଂପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ ସଂପନ୍ନ କରାହେବ ବୋଲି ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି

0
259

By Our Correspondent

BHUBANESWAR:  ଆଧୁନିକ ଓଡିଆ ସାହିତ୍ୟର ପ୍ରଥିତଯଶା କବି ରମାକାନ୍ତ ରଥଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ବ୍ୟକ୍ତ କରିଛନ୍ତି।

ଓଡ଼ିଆ ସାହିତ୍ୟକୁ ଜାତୀୟ ତଥା ଆନ୍ତର୍ଜାତୀୟ ସ୍ତରରେ ପହଞ୍ଚାଇବାରେ ତାଙ୍କ ଅବଦାନ ଏବଂ ବିଭିନ୍ନ ବିଭାଗର ସଚିବ ଓ ମୁଖ୍ୟ ଶାସନ ସଚିବ ଭାବେ ରାଜ୍ୟର ବିକାଶରେ ତାଙ୍କ ଗୁରୁତ୍ଵପୂର୍ଣ୍ଣ ଭୂମିକାକୁ ସ୍ମରଣ କରିଛନ୍ତି।

ମୁଖ୍ୟମନ୍ତ୍ରୀ ସ୍ବର୍ଗତ ରଥଙ୍କ ଅମର ଆତ୍ମାର  ସଦଗତି କାମନା କରିବା ସହିତ ଶୋକସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି।

ଏଥିସହ ତାଙ୍କ ପରି ମହାନ ସାହିତ୍ୟିକ ଓ ଯୁଗସ୍ରଷ୍ଟାଙ୍କୁ ସଂପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ  ଶେଷକୃତ୍ୟ ସଂପନ୍ନ କରାହେବ ବୋଲି ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

 

LEAVE A REPLY

Please enter your comment!
Please enter your name here