ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟାକା ଏବଂ ଦକ୍ଷିଣ ବାଂଲାଦେଶ ନିକଟରେ ସକ୍ରିୟ ଘୂର୍ଣ୍ଣିବଳୟ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହେବା ସହ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତିକରିବାରେ ସମ୍ଭାବନା ରହିଛି

0
83

By Our Correspondent

BHUBANESWAR:  ଗତକାଲିର ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟାକା  ଏବଂ ଦକ୍ଷିଣ ବାଂଲାଦେଶ ନିକଟରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ସକାଳ ସମୟରେ ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟାକା ଏବଂ ପାର୍ଶ୍ଵବର୍ତ୍ତୀ ଝାଡ଼ଖଣ୍ଡ ପାଖାପାଖି  ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି | ଏହା ସହ ଜଡିତ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନ ରୁ ବାୟୁମଣ୍ଡଳରେ ୭.୬କିମି ଉଚ୍ଚତାଯାଏଁ ଲମ୍ବିଛି |

ଏହା ଆଗାମୀ ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହେବା ସହ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତିକରିବାରେ ସମ୍ଭାବନା ରହିଛି | ପ୍ରଭାବରେ ଆଜି ପଶ୍ଚିମ ଓଡ଼ିଶାର କିଛି ଜିଲ୍ଲାରେ ଗୋଟିଏ ରୁ ଦୁଇଟି ସ୍ଥାନରେ ଭାରି ବର୍ଷା ସମ୍ଭାବନା ରହିଛି |

କିନ୍ତୁ ଲଘୁଚାପ କ୍ଷେତ୍ର ଓଡ଼ିଶା ଠାରୁ  ଯଥେଷ୍ଟ ଦୂରରେ ସକ୍ରିୟ ରହିଥିବାରୁ ଏବଂ ଧୀରେ ଧୀରେ  ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତିକରି ରାଜ୍ୟ ଠାରୁ ଦୁରେଇ ଯାଉଥିବାରୁ , ରାଜ୍ୟରେ ଆସନ୍ତା କାଲିଠାରୁ ବର୍ଷାର ପ୍ରଭାବ କମିବାର ସମ୍ଭାବନା ରହିଛି |

LEAVE A REPLY

Please enter your comment!
Please enter your name here