ଚଳିତ ବର୍ଷ ଜାତୀୟ ଶିକ୍ଷକ ପୁରସ୍କାର ପାଇଁ ଓଡ଼ିଶାର ଦୁଇ ଜଣ ଶିକ୍ଷକ ମନୋନୀତ ହୋଇଛନ୍ତି, ରାଷ୍ଟ୍ରପତି ସେପ୍ଟେମ୍ବର ୫ରେ ନୂଆଦିଲ୍ଲୀସ୍ଥିତ ବିଜ୍ଞାନ ଭବନ ଠାରେ ୫୦ ଜଣ ମନୋନୀତ ପୁରସ୍କାର ବିଜେତାଙ୍କୁ ଜାତୀୟ ଶିକ୍ଷକ ପୁରସ୍କାର ୨୦୨୪ ପ୍ରଦାନ କରିବେ

0
114
President Droupadi Murmu l-file

By Our Correspondent

BHUBANESWAR:    ଚଳିତ ବର୍ଷ ଜାତୀୟ ଶିକ୍ଷକ ପୁରସ୍କାର ପାଇଁ ଓଡ଼ିଶାର ଦୁଇ ଜଣ ଶିକ୍ଷକ ମନୋନୀତ ହୋଇଛନ୍ତି। କଳାହାଣ୍ଡି ଜିଲ୍ଲା ନର୍ଲା ଜୟ ଦୁର୍ଗା ଉଚ୍ଚ ବିଦ୍ୟାଳୟର ଶିକ୍ଷକ ସନ୍ତୋଷ କୁମାର କର ଏବଂ ରାୟଗଡ଼ା ଜିଲ୍ଲା ବିଲେସୁ ସରକାରୀ ଉଚ୍ଚ ବିଦ୍ୟାଳୟର ଶିକ୍ଷକ ଦ୍ବିତୀ ଚନ୍ଦ୍ର ସାହୁଙ୍କୁ ମାନ୍ୟବର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ପୁରସ୍କାର ପ୍ରଦାନ କରିବେ।

ମାନ୍ୟବର ରାଷ୍ଟ୍ରପତି ସେପ୍ଟେମ୍ବର ୫, ୨୦୨୪ରେ ନୂଆଦିଲ୍ଲୀସ୍ଥିତ ବିଜ୍ଞାନ ଭବନ ଠାରେ ୫୦ ଜଣ ମନୋନୀତ ପୁରସ୍କାର ବିଜେତାଙ୍କୁ ଜାତୀୟ ଶିକ୍ଷକ ପୁରସ୍କାର ୨୦୨୪ ପ୍ରଦାନ କରିବେ।

ପ୍ରତ୍ୟେକ ପୁରସ୍କାରରେ ମେରିଟ୍ ସାର୍ଟିଫିକେଟ୍‌, ନଗଦ ୫୦ ହଜାର ଟଙ୍କା ଓ ରୌପ୍ୟ ପଦକ ପ୍ରଦାନ କରାଯିବ।

 

LEAVE A REPLY

Please enter your comment!
Please enter your name here