ଜୈବିକ ଚାଷ କ୍ଷେତ୍ରରେ କମଳା ପୂଜାରୀଙ୍କ ଅସାଧାରଣ ଅବଦାନ ଚିର ସ୍ମରଣୀୟ ହୋଇରହିବ – ଧର୍ମେନ୍ଦ୍ର ପ୍ରଧାନ

0
74

By Our Correspondent

BHUBANESWAR: ​ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓଡ଼ିଶାର ବିଶିଷ୍ଟ କୃଷିବିତ୍ ତଥା ମାନ୍ୟବର ରାଷ୍ଟ୍ରପତିଙ୍କ ଦ୍ୱାରା ଦେଶର ଅନ୍ୟତମ ସମ୍ମାନଜନକ ‘ପଦ୍ମଶ୍ରୀ’ ପୁରସ୍କାରରେ ସମ୍ମାନିତ ହୋଇଥିବା କୋରାପୁଟ ଜିଲ୍ଲାର କମଳା ପୂଜାରୀଙ୍କ ବିୟୋଗରେ ଗଭୀର ଶୋକପ୍ରକାଶ କରିଛନ୍ତି ।

କେନ୍ଦ୍ରମନ୍ତ୍ରୀ ସୋସିଆଲ୍ ମିଡିଆ ‘ଏକ୍ସ’ରେ ଲେଖିଛନ୍ତି ଯେ ଓଡ଼ିଶାର ଗୌରବ ତଥା କୃଷିବିତ୍ ପଦ୍ମଶ୍ରୀ ପୁରସ୍କାରପ୍ରାପ୍ତ କମଳା ପୂଜାରୀଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ବିଭିନ୍ନ କିସମର ଧାନ ସଂରକ୍ଷଣ କରିବା ଦିଗରେ ସେ ଦେଶରେ ଉଦାହରଣ ସୃଷ୍ଟି କରିଥିଲେ ।

ଜନଜାତି ସମୁଦାୟରୁ ଆସି କୃଷି ବିଶେଷତଃ ଜୈବିକ ଚାଷ କ୍ଷେତ୍ରରେ ତାଙ୍କର ଅସାଧାରଣ ଅବଦାନ ଚିର ସ୍ମରଣୀୟ ହୋଇରହିବ । ଶ୍ରୀ ପ୍ରଧାନ  ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇବା ସହ ଅମର ଆତ୍ମାର ସଦଗତି କାମନା କରିଛନ୍ତି ।

 

LEAVE A REPLY

Please enter your comment!
Please enter your name here