ତିର୍ତ୍ତୋଲରେ “ସୁବର୍ଣ୍ଣ ଜୟନ୍ତୀ ମହୋତ୍ସବ ଓ ପାଣି ଜୟନ୍ତୀ” ସମାରୋହ

0
249
କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶନିବାର ଜଗତସିଂହପୁର ଜିଲ୍ଲାର ତିର୍ତ୍ତୋଲ ଠାରେ ପବିତ୍ର କୁମାର ପୂର୍ଣ୍ଣିମା, ଗଜଲକ୍ଷ୍ମୀ ପୂଜା ଏବଂ ଗଣକବି ବୈଷ୍ଣବ ପାଣିଙ୍କ ଜୟନ୍ତୀ ଅବସରରେ କୁମାର ଉତ୍ସବ ସମିତି ପକ୍ଷରୁ ଆୟୋଜିତ “ସୁବର୍ଣ୍ଣ ଜୟନ୍ତୀ ମହୋତ୍ସବ ଓ ପାଣି ଜୟନ୍ତୀ – ୨୦୨୩” ସମାରୋହରେ ଯୋଗଦେଇଛନ୍ତି ।

By Our Correspondent

PARADIP: କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶନିବାର ଜଗତସିଂହପୁର ଜିଲ୍ଲାର ତିର୍ତ୍ତୋଲ ଠାରେ ପବିତ୍ର କୁମାର ପୂର୍ଣ୍ଣିମା, ଗଜଲକ୍ଷ୍ମୀ ପୂଜା ଏବଂ ଗଣକବି ବୈଷ୍ଣବ ପାଣିଙ୍କ ଜୟନ୍ତୀ ଅବସରରେ କୁମାର ଉତ୍ସବ ସମିତି ପକ୍ଷରୁ ଆୟୋଜିତ “ସୁବର୍ଣ୍ଣ ଜୟନ୍ତୀ ମହୋତ୍ସବ ଓ ପାଣି ଜୟନ୍ତୀ – ୨୦୨୩” ସମାରୋହରେ ଯୋଗଦେଇଛନ୍ତି ।

ଏହି ଅବସରରେ ଶ୍ରୀ ପ୍ରଧାନ କହିଛନ୍ତି ଯେ ତିର୍ତ୍ତୋଲର ମାଟିରେ ଏକ ପ୍ରକାର ମହକ ଅଛି । ଏହି ଅଞ୍ଚଳ ପୁରାତନ ସଭ୍ୟତା ସହ ଯୋଡି ହୋଇ ରହିଥିବା ଚୀନ ପରିବ୍ରାଜକ ହୁଏନସାଂଙ୍କ ଭଳି ଐତିହାସିକମାନେ ମତ ଦେଇଛନ୍ତି । ଅନେକ ପ୍ରାକୃତିକ ଝଡ଼ ଓ ବିପର୍ଯ୍ୟୟକୁ ସାମ୍ନା କରିବା ପରେ ମଧ୍ୟ ଲୋକମାନେ ନିର୍ଭୀକରେ ଜୀବନଯାପନ କରୁଛନ୍ତି । ମା’ ଶାରଳାଙ୍କ ପବିତ୍ର ପୀଠ ଏଠାରେ ଅବସ୍ଥାପିତ । ଓଡ଼ିଆ ଜାତିର ଆଦିକବି ଶୁଦ୍ରମୂନି ସାରଳା ଦାସ, ଭକ୍ତକବି ଯଶୋବନ୍ତ ଦାସଙ୍କ ପରି ମହାପୁରୁଷଙ୍କ ଦ୍ୱାରା ଏହି ମାଟି ସମୃଦ୍ଧମୟ ହୋଇଛି । ଏହା ଶକ୍ତି ଓ ସାରସ୍ୱତ ସାଧନାର ମିଳନ ସ୍ଥଳୀ । ଆଜି ଭଳି ପବିତ୍ର ଦିନରେ ସେଭଳି ଗାଁକୁ ଆସିବା ମୋର ସୌଭାଗ୍ୟ ।

ଆଜିର କାର୍ଯ୍ୟକ୍ରମରେ ପ୍ରଦର୍ଶିତ ମାଆ ଶାରଳାଙ୍କ ଘଟନୃତ୍ୟ ମୋତେ ବିସ୍ମିତ କରିଛି ।  ଏହି ସ୍ଥାନରୁ ମୁଁ ମୋ ଜୀବନର ଅବିସ୍ମରଣୀୟ ସ୍ମୃତି ନେଇ ଯାଉଛି ।  ‘କୁମାର ଉତ୍ସବ ସମିତି’ ଦୀର୍ଘ ୫୦ ବର୍ଷ ଧରି ଲୋକକଳା ମାଧ୍ୟମରେ ଆମ ଉତ୍କଳୀୟ କଳା, ସଂସ୍କୃତି ଓ ପରମ୍ପରାର ପ୍ରଚାର ପ୍ରସାର କରୁଥିବାରୁ ସମିତିର ସବୁ ବନ୍ଧୁ ମାନଙ୍କୁ ଶ୍ରୀ ପ୍ରଧାନ ଧନ୍ୟବାଦ ଜଣାଇଛନ୍ତି ।

LEAVE A REPLY

Please enter your comment!
Please enter your name here