By Our Correspondent
BHUBANESWAR/BERHAMPUR: ଦିଗପହଣ୍ଡି ବସ ଦୁର୍ଘଟଣାରେ ମୃତକଙ୍କ ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଶୋକ ।ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ତିନି ଲକ୍ଷ ଟଙ୍କା ଅନୁକମ୍ପା ସହାୟତା ଘୋଷଣା ।
ଆହତଙ୍କ ପାଇଁ ଉପଯୁକ୍ତ ଚିକିତ୍ସା ନିର୍ଦ୍ଦେଶ । ଘଟଣାସ୍ଥଳକୁ ତୁରନ୍ତ ଯାଇ ବିପନ୍ନଙ୍କୁ ସହାୟତା ଯୋଗାଇଦେବା ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଅର୍ଥ ମନ୍ତ୍ରୀ ଶ୍ରୀ ବିକ୍ରମ ଆରୁଖ ଓ ଗଞ୍ଜାମ DPCC ଅଧ୍ୟକ୍ଷ ବିଧାୟକ ଶ୍ରୀ ବିକ୍ରମ ପଣ୍ଡା ଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।
‘ଗଞ୍ଜାମ ଦିଗପହଣ୍ଡି ବସ୍ ଦୁର୍ଘଟଣା ଖବର ଅତ୍ୟନ୍ତ ଦୁଃଖଦାୟକ। ଏହି ଦୁର୍ଘଟଣାରେ ପ୍ରାଣ ହରାଇଥିବା ସମସ୍ତଙ୍କ ପରିବାରବର୍ଗଙ୍କ ପ୍ରତି ମୋର ସମବେଦନା ଜଣାଉଛି। ଦୁର୍ଘଟଣାରେ ମୃତକଙ୍କ ଅମର ଆତ୍ମାର ସଦଗତି କାମନା ସହ ସମସ୍ତ ଆହତଙ୍କ ଆଶୁ ଆରୋଗ୍ୟ କାମନା କରୁଛି, CM Patnaik said in a tweet.
ଦିଗପହଣ୍ଡି ନିକଟ ମୌଳାଭଣଜା ଛକରେ ଦୁଇ ବସ ମୁହାମୁହିଁ ଧକ୍କା। ୧୨ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୫ରୁ ଉର୍ଦ୍ଧ୍ବ ଆହତ ହୋଇଛନ୍ତି। କନ୍ୟାଯାତ୍ରୀ ବ୍ରହ୍ମପୁରରେ ଝିଅ ବାହାଘର କରି ଫେରୁଥିବା ବେଳେ ଘଟିଛି ଦୁର୍ଘଟଣା। ଆହତଙ୍କ ମଧ୍ୟରେ ୫ଜଣଙ୍କ ଅବସ୍ଥା ଗୁରୁତର ଥିବା ଡାକ୍ତର ପ୍ରକାଶ କରିଛନ୍ତି।
ବ୍ରହ୍ମପୁର ବଡଡ଼ାକ୍ତରଖାନାରେ ଗଞ୍ଜାମ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡା, ବ୍ରହ୍ମପୁର ଏସପି ଡା.ସରବଣା ବିବେକ ଏମ ଓ ବ୍ରହ୍ମପୁର ଉପଜିଲ୍ଲାପାଳ ଆଶୁତୋଷ କୁଲକଣ୍ଣି ପହଞ୍ଚି ତଦାରଖ କରୁଛନ୍ତି।