ନିଜ ବାସଭବନରେ ଦିବ୍ୟାଙ୍ଗ ମାନଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ, ଅଭିଯୋଗ ଶୁଣିଲେ, ସମାଧାନର ଆଶ୍ବାସନା ଦେଲେ

0
43

By Our Correspondent

BHUBANESWAR:     ଲୋକଙ୍କ ମୁଖ୍ୟମନ୍ତ୍ରୀ ଭାବେ ପରିଚିତ ଶ୍ରୀ ମୋହନ ଚରଣ ମାଝୀ ଯେଉଁଠି କି ଯାଆନ୍ତୁ ନା କାହିଁକି, ଯେଉଁଠି ବି ଥାଆନ୍ତୁ, ଲୋକଙ୍କ ଅଭିଯୋଗ ଓ ସମସ୍ୟା ଶୁଣିବାକୁ ଓ ତା’ର ପ୍ରତିକାର ପାଇଁ ବ୍ୟବସ୍ଥା କରିବାକୁ ସବୁବେଳେ ପ୍ରାଧାନ୍ୟ ଦେଇଥାନ୍ତି ।

ଆଜି ସକାଳେ ତାଙ୍କ ବାସଭବନକୁ କିଛି ଲୋକ ସେମାନଙ୍କ ଅଭିଯୋଗ ନେଇ ଆସିଥିଲେ । ମୁଖ୍ୟମନ୍ତ୍ରୀ ସମସ୍ତଙ୍କ ଅଭିଯୋଗ   ଶୁଣିଥିଲେ। ଅଭିଯୋଗକାରୀଙ୍କ ମଧ୍ୟରେ କେତେ ଜଣ ଦିବ୍ୟାଙ୍ଗ ମଧ୍ୟ ଆସିଥିଲେ।

ଆଜି ହେଉଛି ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ । ଏହି ଅବସରରେ ଦିବ୍ୟାଙ୍ଗମାନେ ତାଙ୍କ ଘରକୁ ଆସିଥିବାରୁ ସେମାନଙ୍କୁ ମୁଖ୍ୟମନ୍ତ୍ରୀ ପ୍ରଥମେ ସମ୍ବର୍ଦ୍ଧିତ କରିଥିଲେ ଓ ପରେ ସେମାନଙ୍କ ସମସ୍ୟା ଶୁଣିଥିଲେ । ମୁଖ୍ୟମନ୍ତ୍ରୀଙ୍କ ଏଭଳି  ସହୃଦୟତାପୂର୍ଣ୍ଣ ବ୍ୟବହାରରେ ଭାବପ୍ରବଣ ହୋଇଯାଇଥିଲେ ସମସ୍ତେ ।

ସେମାନଙ୍କ ମଧ୍ୟରେ ଥିଲେ  କଟକ ବାଉଁଶଗଳିର ଦିବ୍ୟାଙ୍ଗ ଶେଖ୍ ରେହେମାନ। ସେ ଭୁବନେଶ୍ବରରୁ ନୂଆଦିଲ୍ଲୀ ପର୍ଯ୍ୟନ୍ତ ଏକ ତିନି-ଚକିଆ ସାଇକେଲରେ ଯାତ୍ରା ଆରମ୍ଭ କରୁଛନ୍ତି। ସେ ଆସିଥିଲେ ମୁଖ୍ୟମନ୍ତ୍ରୀଙ୍କ ପାଖରୁ ଶୁଭେଚ୍ଛା ପାଇ ତାଙ୍କର ଯାତ୍ରା ଆରମ୍ଭ କରିବାକୁ।  ମୁଖ୍ୟମନ୍ତ୍ରୀ ତାଙ୍କର ଯାତ୍ରା ପାଇଁ ଶୁଭକାମନା ଜଣାଇଥିଲେ ।

LEAVE A REPLY

Please enter your comment!
Please enter your name here