ନୂଆଦିଲ୍ଲୀ ଠାରେ ଜୁହାର୍ ନୂଆଁଖାଇ ପରବ୍-୨୦୨୪’ର ରୌପ୍ୟ ଜୟନ୍ତୀ ସମାରୋହ, ନୂଆଁଖାଇ ଦେଶରେ ନୂଆ ପରିଚୟ ତିଆରି କରିଛି- ଧର୍ମେନ୍ଦ୍ର ପ୍ରଧାନ

0
125

By Our Correspondent

NEW DELHI/BHUBANESWAR : ଗଣପର୍ବ “ନୂଆଁଖାଇ” ସାରା ଦେଶରେ ଓଡ଼ିଶାର ନୂଆ ପରିଚୟ ତିଆରି କରିଛି । ଗାଁରୁ ସହର, ରାଜ୍ୟରୁ ଦେଶ ତଥା ବିଦେଶରେ ମଧ୍ୟ ଓଡ଼ିଆମାନେ ଉତ୍ସାହ ଉଦ୍ଦୀପନାରେ ଏହି ପର୍ବ ସହ ଯୋଡିହେବା ଖୁସିର ବିଷୟ ବୋଲି ଶନିବାର ନୂଆଦିଲ୍ଲୀ ଠାରେ ‘ଜୁହାର୍ ନୂଆଁଖାଇ ପରବ୍-୨୦୨୪’ର ରୌପ୍ୟ ଜୟନ୍ତୀ ସମାରୋହରେ ଯୋଗଦେବା ଅବସରରେ କହିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ନୂଆଁଖାଇର ଶୁଭେଚ୍ଛା ଜଣାଇବା ସହ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ ଦିଲ୍ଲୀରେ ରହୁଥିବା ଆମର ଓଡ଼ିଆ ଭାଇ ଭଉଣୀମାନେ ଉତ୍ସାହର ସହ ନୂଆଁଖାଇ ପାଳି ବେଶ୍ ଆନନ୍ଦ ଅନୁଭବ କରିଛନ୍ତି । ନୂଆଁଖାଇ ଆଉ ରାଜ୍ୟ ଭିତରେ ସୀମିତ ହୋଇ ରହିଛି । ଦେଶରୁ ବିଦେଶ ପର୍ଯ୍ୟନ୍ତ ବ୍ୟାପିଲାଣି । ସମ୍ବଲପୁର ଲୋକସଭାର ପ୍ରତିନିଧି ଭାବରେ ଦାୟିତ୍ୱ ନେବା ପରେ ଦିଲ୍ଲୀରେ ଏହି ପର୍ବରେ ସାମିଲ ହେବା ମୋ ପାଇଁ ସୌଭାଗ୍ୟର ବିଷୟ । ରାଷ୍ଟ୍ରୀୟ ରାଜଧାନୀରେ ସମସ୍ତେ ଏକାଠି ହୋଇ ନୂଆଁଖାଇ ପାଳନ କରିବା ଏକ ଅପୂର୍ବ ଅବସର ।

ଆମର ସମୃଦ୍ଧ ସାଂସ୍କୃତିକ ପରମ୍ପରାକୁ ପାଳନ କରିବା ସହ ନୂଆଦିଲ୍ଲୀରେ ଓଡ଼ିଶାର ଭ୍ରମ ସୃଷ୍ଟି କରିପାରିଥିବାରୁ ଜୁହାର୍ ପରିବାରର ସମସ୍ତ ସଦସ୍ୟଙ୍କୁ ଅଭିନନ୍ଦନ ଜଣାଉଛି ।  ଦୀର୍ଘ ୨୫ ବର୍ଷ ଧରି ଓଡ଼ିଶାର କଳା, ସଂସ୍କୃତି ଓ ଐତିହ୍ୟର ପ୍ରଚାର ପ୍ରସାର ଦିଗରେ ଜୁହାର୍ ପରିବାରର ଉଦ୍ୟମ ସଫଳ ହେବ ବୋଲି ମୋର ପୂର୍ଣ୍ଣ ବିଶ୍ୱାସ । ମହାପ୍ରଭୁ ଶ୍ରୀଜଗନ୍ନାଥ ଏବଂ ମା’ସମଲେଇଙ୍କ ପାଖରେ ସମସ୍ତଙ୍କ ଉତ୍ତମ ସ୍ୱାସ୍ଥ୍ୟ ଓ ମଙ୍ଗଳ କାମନା କରିଛନ୍ତି।

 

 

LEAVE A REPLY

Please enter your comment!
Please enter your name here