ପୁରୀ ଶ୍ରୀକ୍ଷେତ୍ରର ଏକ ହୋଟେଲରେ କିଛି ବ୍ୟକ୍ତି ଡାଇନିଂ ଟେବୁଲରେ ମହାପ୍ରସାଦ ସେବନ କରୁଥିବା ଚିତ୍ର ସାମାଜିକ ଗଣମାଧ୍ୟମରେ ପ୍ରସାରିତ ହେବା ଶ୍ରୀମନ୍ଦିର ପ୍ରଶାସନର ନଜରକୁ ଆସିଅଛି, ଡାଇନିଂ ଟେବୁଲରେ ମହାପ୍ରସାଦ ସେବନ କରିବା ଭଳି ପରମ୍ପରା ବିରୋଧୀ କାର୍ଯ୍ୟରୁ ବିରତ ରହିବାକୁ ସମସ୍ତ ଭକ୍ତ ସମାଜକୁ ବିନମ୍ର ନିବେଦନ କରାଯାଉଛି

0
489

By Our Correspondent

PURI/BHUBANESWAR: ପୁରୀ ଶ୍ରୀକ୍ଷେତ୍ରର ଏକ ହୋଟେଲରେ କିଛି ବ୍ୟକ୍ତି ଡାଇନିଂ ଟେବୁଲରେ ମହାପ୍ରସାଦ ସେବନ କରୁଥିବା ଚିତ୍ର ସାମାଜିକ ଗଣମାଧ୍ୟମରେ ପ୍ରସାରିତ ହେବା ଶ୍ରୀମନ୍ଦିର ପ୍ରଶାସନର ନଜରକୁ ଆସିଅଛି l ଏହି ଚିତ୍ରକୁ ନେଇ ଶ୍ରୀଜଗନ୍ନାଥ ପ୍ରେମୀଙ୍କ ମଧ୍ୟରେ ପ୍ରତିକ୍ରିୟା ପ୍ରକାଶ ପାଉଛି l

 ଏହି ସନ୍ଦର୍ଭରେ ଶ୍ରୀମନ୍ଦିର ପକ୍ଷରୁ ସ୍ପଷ୍ଟ କରାଯାଉଛି ଯେ, ମହାପ୍ରଭୁଙ୍କ ଦିବ୍ୟ ମହାପ୍ରସାଦ ଅନ୍ନବ୍ରହ୍ମ ରୂପେ ପୂଜିତ l ଭୂମିରେ ବସି ମହାପ୍ରସାଦ ସେବନର ବିଧି ପରମ୍ପରା ଅନାଦି କାଳରୁ ରହିଆସିଛି l

ତେଣୁ ଏଭଳି ଡାଇନିଂ ଟେବୁଲରେ ମହାପ୍ରସାଦ ସେବନ କରିବା ଭଳି ପରମ୍ପରା ବିରୋଧୀ କାର୍ଯ୍ୟରୁ ବିରତ ରହିବାକୁ ସମସ୍ତ ଭକ୍ତ ସମାଜକୁ ବିନମ୍ର ନିବେଦନ କରାଯାଉଛି l ହୋଟେଲ ଗୁଡିକ ମଧ୍ୟ ଏଥିପାଇଁ ଦୃଷ୍ଟି ଦେବା ସହ ନିଜ  ଅତିଥିଙ୍କୁ ଏଭଳି କାର୍ଯ୍ୟରୁ ବିରତ ରହିବାକୁ ସଚେତନ କରିବାକୁ ଅନୁରୋଧ l

 

 

LEAVE A REPLY

Please enter your comment!
Please enter your name here