ପୂର୍ବତନ ମନ୍ତ୍ରୀ ସ୍ୱର୍ଗତ ନବ ଦାସଙ୍କ ପତ୍ନୀ ଶ୍ରୀମତୀ ମୀନତି ଦାସ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ତାଙ୍କ ସ୍ୱାମୀଙ୍କ ହତ୍ୟାକାଣ୍ଡର ତଦନ୍ତ ସମ୍ପର୍କରେ ଆଲୋଚନା କରିଛନ୍ତି

0
298

By Our Correspondent

BHUBANESWAR:   ପୂର୍ବତନ ମନ୍ତ୍ରୀ ସ୍ୱର୍ଗତ ନବ ଦାସଙ୍କ ପତ୍ନୀ ଶ୍ରୀମତୀ ମୀନତି ଦାସ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ତାଙ୍କ ସ୍ୱାମୀଙ୍କ ହତ୍ୟାକାଣ୍ଡର ତଦନ୍ତ ସମ୍ପର୍କରେ ଆଲୋଚନା କରିଛନ୍ତି।

ଯେଉଁଭଳି ଭାବେ ଏହି ଘଟଣା ଘଟିଲା ତାହା ଅତ୍ୟନ୍ତ ଦୁଃଖଦ ଓ ନିନ୍ଦନୀୟ। ଏହି ଘଟଣାରେ ସରକାର ସବୁ ଦିଗକୁ ପୁଣି ଥରେ ତନ୍ନ ତନ୍ନ କରି ପରୀକ୍ଷା କରିବେ ଏବଂ ପ୍ରକୃତ ଦୋଷୀକୁ ଖୋଜି ବାହାର କରିବେ।

ଆଇନର ମର୍ଯ୍ୟାଦା ମଧ୍ୟରେ ଦୋଷୀ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଭରସା ଦେଇଛନ୍ତି।

ବ୍ୟକ୍ତିଗତ ଭାବେ ଭେଟି ଏହି ଆଲୋଚନା କରିଥିବାରୁ ଏବଂ ନ୍ୟାୟ ମିଳିବାର ଭରସା ଦେଇଥିବାରୁ ଶ୍ରୀମତୀ ଦାସ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଛନ୍ତି।

LEAVE A REPLY

Please enter your comment!
Please enter your name here