ଭୁବନେଶ୍ୱର ବ୍ଲକ ଦାରୁଠେଙ୍ଗ ଗ୍ରାମ ପଞ୍ଚାୟତ ପରିସରରେ ଖୋର୍ଦ୍ଧା ଜିଲ୍ଲାପାଳଙ୍କ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

0
60

By Our Correspondent

BHUBANESWAR:    ଜନ ସାଧାରଣଙ୍କୁ ହାତ ପାଆନ୍ତାରେ ସେମାନଙ୍କର ବିଭିନ୍ନ ଆପତ୍ତି ଅଭିଯୋଗ ଓ ସମସ୍ୟା ଗୁଡ଼ିକୁ ସମାଧାନ କରି ସେମାନଙ୍କୁ ଉପଯୁକ୍ତ ନ୍ୟାୟ ଓ ସେବା ଯୋଗାଇ ଦେବା ପାଇଁ ରାଜ୍ୟ ସ୍ତରରୁ, ଜିଲ୍ଲା,ବ୍ଲକ ଏବଂ ପଞ୍ଚାୟତ ସ୍ତର ପର୍ଯ୍ୟନ୍ତ ଜନ ଅଭିଯୋଗ ଶୁଣାଣି ଶିବିର ଆୟୋଜନ କରାଯାଇ ଜନ ସାଧାରଣଙ୍କ ଆପତ୍ତି ଅଭିଯୋଗ ଗୁଡ଼ିକୁ  ସମାଧାନ କରାଯାଉଅଛି।

ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଜନ ସାଧାରଣଙ୍କୁ ତ୍ୱରିତ ସେବା ପ୍ରଦାନ କରିବାରେ ଏକ ଉତ୍କୃଷ୍ଟ ମାଧ୍ୟମ ପ୍ରକାଶ କରି ସମସ୍ତ ଅଧିକାରୀ ନିଷ୍ଠା ଓ ଆନ୍ତରିକତା ସହ ସୌହାର୍ଦ୍ଦ୍ୟପୂର୍ଣ୍ଣ ବାତାବରଣ ମଧ୍ୟରେ ସମାଜର ତୃଣମୂଳ ସ୍ତରରୁ ଆସୁଥିବା ଅଭିଯୋଗ ଗୁଡ଼ିକୁ ସମାଧାନ କରିବାକୁ     ଆଜି ପୂର୍ବାହ୍ନରେ ଭୁବନେଶ୍ୱର ବ୍ଲକ ଅନ୍ତର୍ଗତ ଦାରୁଠେଙ୍ଗ ଗ୍ରାମ ପଞ୍ଚାୟତ ପରିସରରେ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିରରେ ଅଧ୍ୟକ୍ଷତା କରି ଜିଲ୍ଲା ପାଳ ଏବଂ ଜିଲ୍ଲା ମାଜିଷ୍ଟ୍ରେଟ  ଶ୍ରୀ ଚଞ୍ଚଳ ରାଣା ଉପରୋକ୍ତ ବିଷୟ ପ୍ରକାଶ କରିଛନ୍ତି।

ଜିଲାପାଳ ଙ୍କ ଅଭିଯୋଗ ପ୍ରକୋଷ୍ଠରୁ ପଠାଯାଉଥିବା ଅଭିଯୋଗ  ଦରଖାସ୍ତ ଗୁଡ଼ିକ ଉପରେ ବିଭାଗୀୟ ଅଧିକାରୀ ମାନେ ବିହିତ ପଦକ୍ଷେପ ଗ୍ରହଣ କରି ତୁରନ୍ତ ସମାଧାନ  ସହ ଜିଲ୍ଲା ପ୍ରଶାସନକୁ  ଜଣାଇବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ। ଆଜିର ଅଭିଯୋଗ ପ୍ରକୋଷ୍ଠରେ ସମୁଦାୟ ୮୪ ଗୋଟି ଦରଖାସ୍ତ ଆସିଥିବା ବେଳେ ତନ୍ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ୬୮ ଓ ସମୂହ ଅଭିଯୋଗ ୮ ଗୋଟି ଥିଲା। ଜିଲ୍ଲାପାଳ ଏବଂ ଜିଲ୍ଲା ମାଜିଷ୍ଟ୍ରେଟ ଶ୍ରୀ ଚଞ୍ଚଳ ରାଣା ଅଭିଯୋଗ ପ୍ରକୋଷ୍ଠରେ ୮ ଗୋଟି ଅଭିଯୋଗ ର ତ୍ୱରିତ ଶୁଣାଣି କରି ସମାଧାନ କରିଥିଲେ।

ସେହିପରି ଜିଲ୍ଲାପାଳ ୬ ଜଣ  ଅସ୍ଥିଶଲ୍ୟ ଦିବ୍ୟାଙ୍ଗକୁ ୬ ଗୋଟି ହୁଇଲ ଚେୟାର ପ୍ରଦାନ କରି ସେମାନଙ୍କୁ ସମାଜର ମୁଖ୍ୟ ସ୍ରୋତରେ ସାମିଲ ହେବା ପାଇଁ ପରାମର୍ଶ ଦେବା ସହ  ସେମାନଙ୍କର ଉତ୍ତୋରତ୍ତର ମଙ୍ଗଳ କାମନା କରିଥିଲେ।

ଜିଲ୍ଲାପାଳ ଖୋର୍ଦ୍ଧା ଙ୍କ ଆଜିର ଏହି ମିଳିତ ଅଭିଯୋଗ ଶୁଣାଣି ଶିବିର ରେ ଅତିରିକ୍ତ ଜିଲ୍ଲାପାଳ, ଭୁବନେଶ୍ୱର, ଶ୍ରୀ ରୁଦ୍ର ନାରାୟଣ ମହାନ୍ତି, ଅତିରିକ୍ତ ପୋଲିସ ଉପାୟୂକ୍ତ, ଭୁବନେଶ୍ୱର ଜୋନ ୬,ଭାରପ୍ରାପ୍ତ ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲାପରିଷଦ, ଖୋର୍ଦ୍ଧା, ଶ୍ରୀମତୀ କସ୍ତୁରୀ ବାଳା ଜେନା, ଡେପୁଟୀ କଲେକ୍ଟର, ଜରୁରୀ, ଶ୍ରୀତପା ମିଶ୍ର, ସହକାରୀ ଜିଲ୍ଲାପାଳ, ଅଭିଯୋଗ, ଭୁବନେଶ୍ଵରୀ କଅଁର,ବି ଡି ଓ, ଶ୍ରୀ ମାନସ ରଂଜନ ସ୍ବାଇଁ ଙ୍କ ସମେତ ବିଭିନ୍ନ ବିଭାଗୀୟ ଜିଲ୍ଲା ସ୍ତରୀୟ ଅଧିକାରୀ ଏବଂ ବିଭିନ୍ନ ଲାଇନ ଡିପାର୍ଟମେଣ୍ଟ ବରିଷ୍ଠ ଅଧିକାରୀ ଏବଂ ଯନ୍ତ୍ରୀ ମାନେ ଯୋଗଦେଇ ଥିଲେ।

 

LEAVE A REPLY

Please enter your comment!
Please enter your name here