ମନ୍ତ୍ରୀମାନଙ୍କ ବିଭାଗ ବଣ୍ଟନ ପରେ ନୂତନ ଭାବେ ଦାୟିତ୍ଵ ଗ୍ରହଣ କରିଥିବା ମନ୍ତ୍ରୀମାନଙ୍କୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଶୁଭେଚ୍ଛା ଜଣାଇଛନ୍ତି

0
137

By Our Correspondent

BHUBANESWAR:   ମନ୍ତ୍ରୀମାନଙ୍କ ବିଭାଗ ବଣ୍ଟନ ପରେ ନୂତନ ଭାବେ ଦାୟିତ୍ଵ ଗ୍ରହଣ କରିଥିବା ମନ୍ତ୍ରୀମାନଙ୍କୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଶୁଭେଚ୍ଛା ଜଣାଇଛନ୍ତି।

ଓଡ଼ିଶାର ବିକାଶ ଏବଂ ଓଡ଼ିଶାବାସୀଙ୍କ କଲ୍ୟାଣ ଦିଗରେ ନୂତନ ମନ୍ତ୍ରୀମାନେ ପ୍ରତିବଦ୍ଧତାର ସହ ଦାୟିତ୍ଵ ସମ୍ପନ୍ନ କରିବେ ବୋଲି ମୁଖ୍ୟମନ୍ତ୍ରୀ ଆଶା ବ୍ୟକ୍ତ କରିଛନ୍ତି।

ଓଡ଼ିଆ ଜାତିର ଅସ୍ମିତାକୁ ଦୃଷ୍ଟିରେ ରଖି ରାଜ୍ୟର ବିକାଶକୁ ଆଗେଇ ନେବା ପାଇଁ ସେ ମନ୍ତ୍ରୀମାନଙ୍କୁ ପରାମର୍ଶ ଦେଇଛନ୍ତି। ନୂତନ ମନ୍ତ୍ରୀମାନଙ୍କ କାର୍ଯ୍ୟଦକ୍ଷତା ବଳରେ ଓଡ଼ିଶା ଦେଶର ଏକ ନମ୍ବର ରାଜ୍ୟ ଭାବରେ ବିକଶିତ ହେବ ବୋଲି ସେ ଆଶା ପ୍ରକାଶ କରିଛନ୍ତି

LEAVE A REPLY

Please enter your comment!
Please enter your name here