ମା’ ସମଲେଶ୍ବରୀ ପୀଠର  ରୂପାନ୍ତରଣ ପ୍ରକଳ୍ପର ଲୋକାର୍ପଣ ଆଗାମୀ ୨୭ ତାରିଖରେ ହେବ

0
211
ପଶ୍ଚିମ ଓଡିଶାର ଅଧିଷ୍ଠାତ୍ରୀ ଦେବୀ ମା' ସମଲେଶ୍ବରୀ ପୀଠର ଚାଲିଛି ରୂପାନ୍ତରଣ। ଆଗାମୀ ୨୭ ତାରିଖରେ ଏହି ପ୍ରକଳ୍ପର ଲୋକାର୍ପଣ ହେବ। ଏହି ପରିପ୍ରେକ୍ଷୀରେ ଆଜି ମନ୍ଦିର ଟ୍ରଷ୍ଟ ବୋର୍ଡର ସଦସ୍ୟ, ସଭାପତି ଓ ପୂଜାରୀ ମାନେ ନବୀନ ନିବାସ ଆସି ମଙ୍ଗଳାଷ୍ଟକ ଗାନ ମଧ୍ୟରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କୁ ଆଶୀର୍ବାଦ କରିଥିଲେ ଏବଂ ପ୍ରକଳ୍ପର ଲୋକାର୍ପଣ ପାଇଁ ନିମନ୍ତ୍ରଣ ଦେଇଥିଲେ।

By Our Correspondent

BHUBANESWAR:   ପଶ୍ଚିମ ଓଡିଶାର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ବରୀ ପୀଠର ଚାଲିଛି ରୂପାନ୍ତରଣ। ଆଗାମୀ ୨୭ ତାରିଖରେ ଏହି ପ୍ରକଳ୍ପର ଲୋକାର୍ପଣ ହେବ। ଏହି ପରିପ୍ରେକ୍ଷୀରେ ଆଜି ମନ୍ଦିର ଟ୍ରଷ୍ଟ ବୋର୍ଡର ସଦସ୍ୟ, ସଭାପତି ଓ ପୂଜାରୀ ମାନେ ନବୀନ ନିବାସ ଆସି ମଙ୍ଗଳାଷ୍ଟକ ଗାନ ମଧ୍ୟରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କୁ ଆଶୀର୍ବାଦ କରିଥିଲେ ଏବଂ ପ୍ରକଳ୍ପର ଲୋକାର୍ପଣ ପାଇଁ ନିମନ୍ତ୍ରଣ ଦେଇଥିଲେ।

ମା’ଙ୍କ ପୀଠର ରୂପାନ୍ତର ପାଇଁ ସେମାନେ ମୁଖ୍ୟମନ୍ତ୍ରୀ ଓ ୫ଟି ଅଧ୍ୟକ୍ଷ ଶ୍ରୀ ଭି.କେ. ପାଣ୍ଡିଆନଙ୍କୁ ଧନ୍ୟବାଦ ଦେଇଥିଲେ। ସେମାନେ କହିଥିଲେ ଯେ ଲୋକାର୍ପଣ ପାଇଁ ଟ୍ରଷ୍ଟ ବୋର୍ଡ ପକ୍ଷରୁ ସବୁ ଘରକୁ ନଡିଆ ଦିଆଯିବ ଏବଂ ସବୁ ଘରୁ ମା’ଙ୍କ ପାଇଁ ସିନ୍ଦୁର ଆସିବ। ମା’ଙ୍କ କାମରେ ସମସ୍ତଙ୍କ ସହଯୋଗ କାମନା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମା’ଙ୍କ ପୀଠ ଓ ସମ୍ବଲପୁର ସହରର ଉନ୍ନତି ପାଇଁ ସେ ସବୁବେଳେ ଗୁରୁତ୍ବ ଦେଇ ଆସିଛନ୍ତି। ଆଗାମୀ ଦିନରେ ମଧ୍ୟ ଏହି କାର୍ଯ୍ୟ ଜାରି ରହିବ।

୫ଟି ଅଧ୍ୟକ୍ଷ ଶ୍ରୀ ପାଣ୍ଡିଆନ କହିଥିଲେ ଯେ ମା’ଙ୍କ ଆଶୀର୍ବାଦରୁ ସବୁ କାମ ଭଲରେ ଭଲରେ ଚାଲିଛି ଏବଂ ଆଗକୁ ମଧ୍ୟ ସବୁ କାମ ଭଲରେ ହେବ। ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା ସମଲେଶ୍ବରୀଙ୍କ ମନ୍ଦିର ଷୋଡଶ ଶତାଦ୍ଦୀର ଏକ ପ୍ରସିଦ୍ଧ ପୀଠ। ଏହାର ଉନ୍ନତି ପାଇଁ  ୨୦୨୧ ମସିହାରେ ୨୦୦ କୋଟି ଟଙ୍କା ବ୍ୟୟରେ ମୁଖ୍ୟମନ୍ତ୍ରୀ ସମଲେଇ (Samaleswari Temple Area Management and Local Economy Initiatives) ପ୍ରକଳ୍ପ ଆରମ୍ଭ କରିଛନ୍ତି

LEAVE A REPLY

Please enter your comment!
Please enter your name here