ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠରେ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ସପ୍ତମ ପାଳି- ବ୍ୟକ୍ତିଗତ ଓ ଗୋଷ୍ଠୀଗତ ଭାବେ ୩୦ ହଜାରରୁ ୩୫ ହଜାର ଅଭିଯୋଗକାରୀ ସେମାନଙ୍କ ସମସ୍ୟା ନେଇ ଏଠାକୁ ଆସିଛନ୍ତି, ଲୋକଙ୍କୁ ନ୍ୟାୟ ଦେବାରେ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ସଫଳତା ହାସଲ କରିଛି

0
56

By Our Correspondent

BHUBANESWAR: ଆଜି ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଅଭିଯୋଗ ପ୍ରକୋଷ୍ଠରେ ପହଞ୍ଚିବା ପରେ ବାହାରେ ଚେୟାରରେ ବସିଥିବା ପ୍ରାୟ ୪୦ ଜଣ ଭିନ୍ନକ୍ଷମମାନଙ୍କୁ ପ୍ରଥମେ ଭେଟିଥିଲେ। ସେମାନଙ୍କ ସମସ୍ୟା ଓ ଅଭିଯୋଗକୁ ଗୋଟି ଗୋଟିକରି ଶୁଣିବା ପରେ ପାଖରେ ଥିବା ମନ୍ତ୍ରୀ ଓ ସମ୍ପୃକ୍ତ ବିଭାଗର ବରିଷ୍ଠ ଅଧିକାରୀ ମାନଙ୍କୁ ଅଭିଯୋଗ ପତ୍ର ଧରାଇ ସମାଧାନ କିପରି ହେବ ସେଥିପ୍ରତି ଯତ୍ନବାନ ହେବା ପାଇଁ ନିର୍ଦ୍ଦେଶ ଦେଇଥିଲେ।

ଆଜି ୧୦୦୦ ଲୋକ ଅଭିଯୋଗ ଶୁଣାଣି ପାଇଁ ପଞ୍ଜୀକରଣ କରିଥିଲେ। ମୁଖ୍ୟମନ୍ତ୍ରୀ ଏବଂ ତାଙ୍କ ସହଯୋଗୀ ମନ୍ତ୍ରିମଣ୍ଡଳର ସଦସ୍ୟମାନେ ସମସ୍ତଙ୍କ ଅଭିଯୋଗକୁ ଗୁରୁତ୍ୱଦେଇ ଶୁଣୁଥିଲେ ଓ ସମାଧାନ ପାଇଁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ଉପସ୍ଥିତ ବରିଷ୍ଠ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ।

ଅଭିଯୋଗ ପ୍ରକୋଷ୍ଠରେ ଗଣମାଧ୍ୟମକୁ ବିବୃତ୍ତି ରଖି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଆଜି ହେଉଛି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ସପ୍ତମ ପାଳି। ଆଜି ସୁଦ୍ଧା ବ୍ୟକ୍ତିଗତ ଓ ଗୋଷ୍ଠୀଗତ ଭାବେ ୩୦ ହଜାରରୁ ୩୫ ହଜାର ଅଭିଯୋଗକାରୀ ସେମାନଙ୍କ ସମସ୍ୟା ନେଇ ଏଠାକୁ ଆସିଛନ୍ତି। ଲୋକଙ୍କୁ ନ୍ୟାୟ ଦେବାରେ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ସଫଳତା ହାସଲ କରିଛି।

LEAVE A REPLY

Please enter your comment!
Please enter your name here