ମୁଖ୍ୟମନ୍ତ୍ରୀ ଐତିହାସକ ନିଷ୍ପତ୍ତି ନେଇ ବିଭିନ୍ନ ସ୍ଥାନରେ ଜମି ସମସ୍ୟାର ସମାଧାନ କରାଯାଇ ଲୋକଙ୍କୁ ପଟ୍ଟା ଦେବାପାଇଁ ନୀତିଗତ ନିଷ୍ପତ୍ତି ନେଇଛନ୍ତି

0
347
CM Naveen Patnaik-FILE

By Our Correspondent  

BHUBANESWAR: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଐତିହାସକ ନିଷ୍ପତ୍ତି ନେଇ ବିଭିନ୍ନ ସ୍ଥାନରେ ଜମି ସମସ୍ୟାର ସମାଧାନ କରାଯାଇ ଲୋକଙ୍କୁ ପଟ୍ଟା ଦେବାପାଇଁ ନୀତିଗତ ନିଷ୍ପତ୍ତି ନେଇଛନ୍ତି। ପୂର୍ବରୁ ପୂର୍ବରୁ ଝାରସୁଗୁଡାର ହୀରାକୁଦ ବନ୍ଧ ବିସ୍ଥାପିତ, ଗଞ୍ଜାମ ସୋରଡା ବ୍ଲକ୍‌, ପୁରୀ ପୌରପାଳିକାରେ ଜମିଜମା ସମସ୍ୟାର ସମାଧାନ ପାଇଁ ନୀତିଗତ ନିଷ୍ପତ୍ତି ହୋଇଥିଲା। ଆଜି ସିକିମ ରୟତ ମାନଙ୍କ ଜମି ସମସ୍ୟା ଓ ସମ୍ବଲପୁର ଜିଲ୍ଲାର ରେଙ୍ଗାଲୀ ତହସିଲର ହୀରାକୁଦ ବାସଚ୍ୟୁତ ମାନଙ୍କ ଜମି ସମସ୍ୟାର ସମାଧାନ ପାଇଁ ନିଷ୍ପତ୍ତି ନିଆଯାଇଛି।

ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ଶ୍ରୀ ଭି.କେ. ପାଣ୍ଡିଆନ ଜିଲ୍ଲାଗସ୍ତ ସମୟରେ ଜମିଜମା ସଂପର୍କିତ ଅନେକ ଅଭିଯୋଗ ଲୋକଙ୍କ ଠାରୁ ପାଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଏ ସଂପର୍କରେ ସେପ୍ଟେମ୍ବର ମାସର ପ୍ରଥମ ଓ ଦ୍ବିତୀୟ ସପ୍ତାହରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ସହ ତିନି ଥର ବୈଠକ ଅନୁଷ୍ଠିତ ହୋଇଥିଲା। ସେହି ସମୀକ୍ଷା ବୈଠକରେ ନିଆଯାଇଥିବା ନିଷ୍ପତ୍ତିର ଅଗ୍ରଗତି ସଂପର୍କରେ ଆଜି ଆଉ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇ ବହୁ ଐତିହାସିକ  ନିଷ୍ପତ୍ତି ନିଆଯାଇଛି।

ହୀରାକୁଦ ପ୍ରକଳ୍ପ ଯୋଗୁ ବାସଚ୍ୟୁତ ହୋଇଥିବା ସମ୍ବଲପୁର ଜିଲ୍ଲାର ରେଙ୍ଗାଲୀ ତହସିଲ ଅନ୍ତର୍ଗତ କୁର୍ଲା, ଥୁଣ୍ଟିକତରବଗା, ଯୋଗୀପାଲ୍ଲୀ, ସପନେ ଗ୍ରାମରେ ହାଇଟେକ୍‌ ସର୍ଭେ ମାଧ୍ୟମରେ ପୁରୁଣା ଜମିଜମା ସମସ୍ୟାର ସମାଧାନ ନିମନ୍ତେ ନିର୍ଦ୍ଦେଶ ଦିଆଯାଇଛି। ସର୍ଭେ କାର୍ଯ୍ୟକୁ ଯେତେଶୀଘ୍ର ସମ୍ଭବ ସଂପୂର୍ଣ୍ଣ କରି ଜମି ସମସ୍ୟାର ସମାଧାନ କରିବାକୁ ପରାମର୍ଶ ଦିଆଯାଇଛି।

ସେହିପରି ସିକିମ ରୟତମାନଙ୍କର ଜମି ସମସ୍ୟାର ସ୍ଥାୟୀ ସମାଧାନ ନିମନ୍ତେ ନୀତିଗତ ନିଷ୍ପତ୍ତି ନିଆଯାଇଛି।ଏହାଦ୍ବାରା କଟକ, ପୁରୀ ଓ ବାଲେଶ୍ବର ଜିଲ୍ଲାର ପ୍ରାୟ ୨ ଲକ୍ଷ କ୍ଷୁଦ୍ର ଓ ନାମମାତ୍ର ଚାଷୀ ଉପକୃତ ହେବେ।

LEAVE A REPLY

Please enter your comment!
Please enter your name here