By Our Correspondent
BHUBANESWAR: ରାଜ୍ୟରେ ଟ୍ରାଫିକ୍ ଏବଂ ସଡ଼କ ସୁରକ୍ଷା ବ୍ୟବସ୍ଥାକୁ ଶୃଙ୍ଖଳିତ ଓ ସୃଦୃଢ଼ କରିବା ପାଇଁ ରାଜ୍ୟ ସରକାର ବଦ୍ଧପରିକର।
ଏ ନେଇ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଟ୍ରାଫିକ୍ ଶାଖାରେ ୨ ହଜାର ନୂତନ ପଦବୀ ସୃଷ୍ଟି କରିବା ପାଇଁ ଅନୁମୋଦନ ଦେଇଛନ୍ତି।
ରାଜ୍ୟସ୍ତରୀୟ ଟ୍ରାଫିକ୍ ବ୍ୟବସ୍ଥାରେ ୭୦ ଟି ନୂତନ ପଦବୀ ହୋଇଥିବା ବେଳେ ଜିଲ୍ଲାସ୍ତରୀୟ ସେଟ-ଅପ୍ରେ ୧୯୩୦ଟି ପଦବୀ ସୃଷ୍ଟି ହୋଇଛି।
























