By Our Correspondent
BHUBANESWAR: ସୁପୋଷିତ ଓଡ଼ିଶା, ବିକଶିତ ଓଡ଼ିଶା’ ଭିତ୍ତି ଆହୁରି ସୁଦୃଢ଼ ହେଉଛି। ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱରର ଲକ୍ଷ୍ମୀସାଗର-ଝାରପଡ଼ା ସ୍ଥିତ ରାଜ୍ୟ ମହିଳା ଓ ଶିଶୁ ପ୍ରତିଷ୍ଠାନ ସଂସ୍ଥାରେ ୮୪ ଶଯ୍ୟା ବିଶିଷ୍ଟ ଏକ ନୂତନ ହଷ୍ଟେଲ ସହ ଲାଇବ୍ରେରୀ ହଲ୍ ଏବଂ ଅଙ୍ଗନବାଡ଼ି ଟ୍ରେନିଙ୍ଗ୍ ସେଣ୍ଟର ଉଦ୍ଘାଟନ କରିଛନ୍ତି।
ରାଜ୍ୟରେ ପୂଜ୍ୟପୂଜା ପରମ୍ପରାକୁ ଆଗେଇ ନେବାକୁ ଏହି ପ୍ରତିଷ୍ଠାନର ୮ଟି ବିଲ୍ଡିଂକୁ ଓଡ଼ିଶାର ମହିୟସୀ ମହିଳାଙ୍କ ନାମରେ ନାମିତ କରାଯିବ। ପ୍ରତିଷ୍ଠାନର କନଫରେନ୍ସ ହଲ୍ ରମାଦେବୀ ସମ୍ମିଳନୀ କକ୍ଷ ନାମରେ ନାମିତ ହେବ ଏବଂ ଏହାର ପରିଧି ବଢ଼ିବ।
ଏଥିସହ ଅଡିଟୋରିୟମ୍ ହଲ୍କୁ ସରଳା ଦେବୀ ପ୍ରେକ୍ଷାଳୟ, ଲାଇବ୍ରେରୀ ହଲ୍କୁ କମଳା ପୂଜାରୀ ଗ୍ରନ୍ଥାଗାର, ଅଙ୍ଗନବାଡି ଟ୍ରେନିଙ୍ଗ ସେଣ୍ଟରକୁ ଶୈଳବାଳା ଦାସ ପ୍ରଶିକ୍ଷଣ କକ୍ଷ, ନୂଆ ହଷ୍ଟେଲକୁ ମାଳତୀ ଚୌଧୁରୀ ନିବାସ, ଅଙ୍ଗନବାଡ଼ି କର୍ମୀ ହଷ୍ଟେଲକୁ ବାଙ୍ଗରା ଦେବୀ ନିବାସ ଏବଂ ଗେଷ୍ଟ ହାଉସ୍କୁ ଗୁରୁବାରୀ ଜାନୀ ଅତିଥି ଭବନ ନାମରେ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।

























