ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ କେନ୍ଦ୍ର ଦକ୍ଷତା ବିକାଶ ଓ ଔଦ୍ୟୋଗିକତା ତଥା ଶିକ୍ଷା ରାଷ୍ଟ୍ରମନ୍ତ୍ରୀ ଶ୍ରୀ ଜୟନ୍ତ ଚୌଧରୀ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି

0
321

By Our Correspondent

BHUBANESWAR: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ କେନ୍ଦ୍ର ଦକ୍ଷତା ବିକାଶ ଓ ଔଦ୍ୟୋଗିକତା ତଥା ଶିକ୍ଷା ରାଷ୍ଟ୍ରମନ୍ତ୍ରୀ ଶ୍ରୀ ଜୟନ୍ତ ଚୌଧରୀ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି।

ଏହି ଅବସରରେ ଓଡ଼ିଶାରେ ଅଧିକ ଦକ୍ଷତା ବିକାଶ କେନ୍ଦ୍ର ଖୋଲିବା ଏବଂ ରାଜ୍ୟରେ ବିଭିନ୍ନ କେନ୍ଦ୍ରୀୟ ଯୋଜନାର କାର୍ଯ୍ୟକାରିତା ଉପରେ ଆଲୋଚନା କରିଛନ୍ତି।

ଚଳିତ ବର୍ଷ ବଜେଟରେ ଦକ୍ଷତା ବିକାଶ କ୍ଷେତ୍ରରେ 5ଟି ସେଣ୍ଟର ଅଫ୍ ଏକ୍ସେଲେନ୍‍ସର ପ୍ରାବଧାନ ରଖାଯାଇଛି। ସେଥିରୁ ଗୋଟିଏ ଓଡ଼ିଶାରେ ଖୋଲାଯିବ ବୋଲି କେନ୍ଦ୍ରମନ୍ତ୍ରୀ କହିଛନ୍ତି। ଏହାସହ ଓଡ଼ିଶାର ଆଇ.ଟି.ଆଇ ଗୁଡ଼ିକୁ ଅଧିକ ସୁଦୃଢ଼ କରିବା, ଆହୁରି ଅଧିକ ‘ବିଶ୍ୱ ଦକ୍ଷତା କେନ୍ଦ୍ର’ ସ୍ଥାପନ, ଦକ୍ଷତା ବିକାଶ ଶିକ୍ଷାର୍ଥୀଙ୍କ ପାଇଁ Multi-language Training Centre, ଜନଜାତି ବହୁଳ ଅଞ୍ଚଳରେ ଯୁବଗୋଷ୍ଠୀଙ୍କ ଦକ୍ଷତା ବିକାଶ ପାଇଁ ପି.ଏମ୍.- ଜନମନ୍ ଯୋଜନାରେ ଆଇ.ଟି.ଆଇକୁ ଅନ୍ତର୍ଭୁକ୍ତ କରିବା ଉପରେ ଆଲୋଚନା ହୋଇଥିଲା। କେନ୍ଦ୍ରମନ୍ତ୍ରୀ ଏ ସବୁ ପ୍ରସ୍ତାବ ଉପରେ ସକାରାତ୍ମକ ମତାମତ ଦେଇ ଖୁବ୍ ଶୀଘ୍ର ଏସବୁ ପ୍ରସ୍ତାବଗୁଡ଼ିକ ଉପରେ ନିଷ୍ପତ୍ତି ନିଆଯିବ ବୋଲି କହିଛନ୍ତି

LEAVE A REPLY

Please enter your comment!
Please enter your name here