
By Our Correspondent
BHUBANESWAR: ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ସଚିବସ୍ତରୀୟ ବୈଠକ ଖାରବେଳ ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ, ସମସ୍ତ ବିଭାଗୀୟ ଅତିରିକ୍ତ ମୁଖ୍ୟ ଶାସନ ସଚିବ, ପ୍ରମୁଖ ଶାସନ ସଚିବ ଓ କମିଶନର ତଥା ଶାସନ ସଚିବମାନେ ଉପସ୍ଥିତ ଥିଲେ।
ଚଳିତ ମାସରେ ଅନୁଷ୍ଠିତ ପ୍ରଥମ ବିଶ୍ୱ ଓଡିଆ ଭାଷା ସମ୍ମିଳନୀରେ ପ୍ରମୁଖ ସହଯୋଗ କରିଥିବା ବିଭିନ୍ନ ବିଭାଗର ସଚିବ ଓ ସଂପୃକ୍ତ କାର୍ଯ୍ୟାଳୟର କର୍ତ୍ତୃପକ୍ଷମାନଙ୍କୁ ପ୍ରଶଂସା କରାଯାଇଥିଲା। ଦଳଗତ ପ୍ରୟାସରେ ସମସ୍ତଙ୍କ ସହଯୋଗରେ ଏହି ସମ୍ମିଳନୀ ଅନୁଷ୍ଠିତ ହୋଇ ଅନେକ ସଫଳତା ଆଣି ଦେଇଥିବାରୁ ମୁଖ୍ୟ ଶାସନ ସଚିବ ଶ୍ରୀ ଜେନା ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲେ। ଗତ ବର୍ଷ ଜାନୁଆରୀ ମାସ ତୁଳନାରେ ଚଳିତ ବର୍ଷ ଜାନୁଆରୀ ମାସ ଶେଷ ସୁଦ୍ଧା ରାଜ୍ୟର ତଥା ବିଭିନ୍ନ ବିଭାଗର ଆର୍ଥିକ ପ୍ରଦର୍ଶନ ଭଲ ରହିଥିବା ବୈଠକରୁ ଜଣାଯାଇଛି।
ଗତ ମାସରେ ଅନୁଷ୍ଠିତ ସାଧାରଣତନ୍ତ୍ର ଦିବସ ଜାତୀୟସ୍ତରୀୟ ପରେଡରେ ଓଡିଶାର ପ୍ରଜ୍ଞାପନ ମେଢ ପ୍ରଥମ ହେବା, ବଲାଙ୍ଗୀର ଜିଲ୍ଲାରେ ଲୋୟର ସୁକତେଲ ପ୍ରକଳ୍ପ, ପୁରୀଠାରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ, ସମ୍ବଲପୁରରେ ମା’ ସମଲେଇ ପ୍ରକଳ୍ପ ଆଦି ଲୋକାର୍ପଣ ହେବା, ନୃସିଂହନାଥ ଓ ହରିଶଂକର ପାରିପାର୍ଶ୍ୱିକ ଭିତ୍ତିଭୂମିର ଉନ୍ନତିକରଣ କାର୍ଯ୍ୟ କରାଯାଇଥିବା ସହ ଅନ୍ୟ ବିଭିନ୍ନ ବିଭାଗର ଉଲ୍ଲେଖନୀୟ କାର୍ଯ୍ୟ ସଂପର୍କରେ ଉନ୍ନୟନ କମିଶନର ଶ୍ରୀମତୀ ଗର୍ଗ ଉପସ୍ଥାପନ କରିଥିଲେ।
ବୈଠକରେ ରାଜ୍ୟ ଅଣୁ, କ୍ଷୁଦ୍ର, ମଧ୍ୟମ ଉଦ୍ୟୋଗ ବିଭାଗ ପ୍ରମୁଖ ଶାସନ ସଚିବ ନୂତନ ଏମ୍ଏସ୍ଏମ୍ଇ ନୀତି-୨୦୨୩ର କାର୍ଯ୍ୟକାରିତା ସଂପର୍କରେ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗଗୁଡିକ ସମ୍ପର୍କରେ ଉପସ୍ଥାପନ କରିଥିଲେ








![Ministry of Rural Development has notified the Schedule of Permissible Works under the Viksit Bharat – Guarantee for Rozgar and Ajeevika Mission (Gramin) [VB–G RAM G] Act, 2025, providing for 375 permissible works under the new rural works framework](https://indianewsdiary.com/wp-content/uploads/2026/10/Viksit-Bharat-–-Guarantee-for-Rozgar-and-Ajeevika-Mission-Gramin-VB–G-RAM-G-Act-218x150.png)
















