ରାଜ୍ୟର ସହରାଞ୍ଚଳର ୯୯ ପ୍ରତିଶତ ଓ ଗ୍ରାମାଞ୍ଚଳର ୯୭ ପ୍ରତିଶତର ଲୋକଙ୍କୁ ବର୍ତ୍ତମାନ ବିଜୁଳିର ସୁବିଧା ମିଳୁଛି, ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ

0
367
ରାଜ୍ୟର ସହରାଞ୍ଚଳର ୯୯ ପ୍ରତିଶତ ଓ ଗ୍ରାମାଞ୍ଚଳର ୯୭ ପ୍ରତିଶତର ଲୋକଙ୍କୁ ବର୍ତ୍ତମାନ ବିଜୁଳିର ସୁବିଧା ମିଳୁଛି, ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ

By Our Correspondent

BHUBANE SWAR:   ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ସଂଧ୍ୟାରେ ରାଜ୍ୟର ୮ଟି ଜିଲ୍ଲାରେ ୮ଟି ଏକ୍ସଟ୍ରା ହାଇ ଭୋଲଟେଜ୍ ଗ୍ରୀଡ୍ ସବ୍‌ଷ୍ଟେସନ ଲୋକାର୍ପିତ କରିଛନ୍ତି। ଏହିସବୁ ସ୍ଥାନ ଗୁଡିକ ହେଲା ଅନୁଗୁଳର ମେରାମୁଣ୍ଡଳି, ଖୋର୍ଦ୍ଧାର କଣ୍ଟାବାଡ, କୋରାପୁଟର ବୋରିଗୁମା, ଝାରସୁଗୁଡାର ଲଖନପୁର, ସୁନ୍ଦରଗଡର କୁମାରମୁଣ୍ଡା, ସମ୍ବଲପୁରର ବାମରା, ବରଗଡର ଭଟଲି ଏବଂ ଭଦ୍ରକ।

ଏହିସବୁ ଗ୍ରୀଡ ସବ୍‌ଷ୍ଟେସନ ପାଇଁ ରାଜ୍ୟ ସରକାର ୬୫୦ କୋଟି ଟଙ୍କା ବିନିଯୋଗ କରିଛନ୍ତି ଏବଂ ଏହାଦ୍ବାରା ରାଜ୍ୟର ୨ ଲକ୍ଷ ୨୦ ହଜାର ଉପଭୋକ୍ତା ଉପକୃତ ହେବେ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆମର ରାଜ୍ୟରେ ୧୬,୩୦୦ ସର୍କିଟ କିଲୋମିଟର ଦୀର୍ଘ ବିଦ୍ୟୁତ ସରବରାହ ନେଟ୍‌ୱାର୍କ ରହିଛି ଏବଂ ୧୯୩ଟି ଗ୍ରୀଡ୍ ସବ୍‌ଷ୍ଟେସନ ମଧ୍ୟ ନିର୍ମାଣ କରାଯାଇଛି। ରାଜ୍ୟର ସହରାଞ୍ଚଳର ୯୯ ପ୍ରତିଶତ ଓ ଗ୍ରାମାଞ୍ଚଳର ୯୭ ପ୍ରତିଶତର ଲୋକଙ୍କୁ ବର୍ତ୍ତମାନ ବିଜୁଳିର ସୁବିଧା ମିଳୁଛି ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଥିଲେ ।

ନୀତି ଆୟୋଗର ରିପୋର୍ଟକୁ ଭିତ୍ତିକରି ମୁଖ୍ୟମନ୍ତ୍ରୀ କହିଲେ ଯେ ୨୦୧୫-୧୬ ରୁ ୨୦୧୯-୨୦ ମଧ୍ୟରେ ରାଜ୍ୟର ୬୦ ଲକ୍ଷରୁ ଅଧିକ ଲୋକ ଗରିବୀରୁ ଉପରକୁ ଉଠିଛନ୍ତି। ଏଥିରେ ଗୁଣାତ୍ମକ ବିଦ୍ୟୁତର ଏକ ବଡ ଭୂମିକା ରହିଛି ବୋଲି ସେ ମତ ଦେଇଥିଲେ।

LEAVE A REPLY

Please enter your comment!
Please enter your name here