ରାଜ୍ୟର ୩୦ଟି ଜିଲ୍ଲାର ୩୯୦୩ ମଣ୍ଡି ପାଇଁ ୩୮୯୩ ଜଣ ନୋଡାଲ ଅଧିକାରୀ ନିଯୁକ୍ତ ହୋଇ ଧାନ ସଂଗ୍ରହ ପ୍ରକ୍ରିୟା ଉପରେ ନଜର ରଖିଛନ୍ତି

0
348

By Our Correspondent

BHUBANESWAR:   ଚଳିତ ଖରିଫ ଋତୁରେ ଧାନ କିଣା ପ୍ରକ୍ରିୟାକୁ ସ୍ଵଚ୍ଛ ଓ ନିରପେକ୍ଷ କରିବା ପାଇଁ ରାଜ୍ୟର ପ୍ରତ୍ୟେକ ମଣ୍ଡି ଉପରେ ନଜର ରଖିବାକୁ ରାଜ୍ୟ ସରକାର କଡ଼ା ପଦକ୍ଷେପ ଗ୍ରହଣ କରିଛନ୍ତି।

ରାଜ୍ୟର ୩୦ଟି ଜିଲ୍ଲାର ୩୯୦୩ ମଣ୍ଡି ପାଇଁ ୩୮୯୩ ଜଣ ନୋଡାଲ ଅଧିକାରୀ ନିଯୁକ୍ତ ହୋଇ ଧାନ ସଂଗ୍ରହ ପ୍ରକ୍ରିୟା ଉପରେ ନଜର ରଖିଛନ୍ତି।

ସେହିପରି ରାଜ୍ୟରେ ୧୦୩୧ ଜଣ ସୁପରଭାଇଜରଙ୍କୁ ଆବଶ୍ୟକତା ଅନୁଯାୟୀ ଜିଲ୍ଲା ପ୍ରଶାସନ ପକ୍ଷରୁ ନିଯୁକ୍ତ କରାଯାଇଛି। ଏହି ଅଧିକାରୀ ମାନେ ମଣ୍ଡିକୁ ଆସୁଥିବା ପ୍ରତ୍ୟେକ ଚାଷୀଙ୍କ ସମସ୍ୟା ସମ୍ପର୍କରେ ପଚାରି ବୁଝିବା ସହ ତୁରନ୍ତ ପଦକ୍ଷେପ ଗ୍ରହଣ କରୁଛନ୍ତି।

LEAVE A REPLY

Please enter your comment!
Please enter your name here