ଶ୍ରୀମନ୍ଦିର ମଧ୍ୟରେ କେବଳ ଓମଫେଡ୍ ଘିଅ ବ୍ୟବହାର ପାଇଁ ସ୍ଥିର ହୋଇଥିବା ବେଳେ ଏନେଇ ସହଯୋଗ ପ୍ରଦାନ କରିବାକୁ ଓମେଫେଡକୁ ଅନୁରୋଧ କରିଛନ୍ତି ମୁଖ୍ୟ ପ୍ରଶାସକ

0
46

By Our Correspondent

PURI/BHUBANESWAR:   ଶ୍ରୀମନ୍ଦିର ମଧ୍ୟରେ କେବଳ ଓମଫେଡ୍ ଘିଅ ବ୍ୟବହାର ପାଇଁ ସ୍ଥିର ହୋଇଥିବା ବେଳେ ଏନେଇ ସହଯୋଗ ପ୍ରଦାନ କରିବାକୁ ଓମେଫେଡକୁ ଅନୁରୋଧ କରିଛନ୍ତି ମୁଖ୍ୟ ପ୍ରଶାସକ । ଶ୍ରୀଜଗନ୍ନାଥ ମନ୍ଦିର ଆବଶ୍ୟକତାକୁ ନଜରରେ ରଖି ଶ୍ରୀମନ୍ଦିର ପାଇଁ ଏକ ସ୍ବତନ୍ତ୍ର ଡିପୋ ଖୋଲାଯିବା ସକାଶେ ଓମଫେଡ ପରିଚାଳନା ନିର୍ଦ୍ଦେଶକଙ୍କୁ ପତ୍ର ଲେଖିଛନ୍ତି ମୁଖ୍ୟ ପ୍ରଶାସକ ।

ମୁଖ୍ୟ ପ୍ରଶାସକ ପତ୍ରରେ ଲେଖିଛନ୍ତି ଯେ, ଶ୍ରୀମନ୍ଦିର ମଧ୍ୟରେ ମହାପ୍ରସାଦ ପ୍ରସ୍ତୁତି ଏବଂ ଦୀପରେ କେବଳ ଓମଫେଡ୍ ଘିଅ ବ୍ୟବହାର ପାଇଁ ସ୍ଥିର ହୋଇଛି । ଏନେଇ ସମ୍ପୃକ୍ତ ନିଯୋଗଗୁଡ଼ିକ ସହ ମଧ୍ୟ ଆଲୋଚନା ହେବା ସହ ସହମତି ପ୍ରକାଶ ପାଇଛି ।

ତେଣୁ ଶ୍ରୀମନ୍ଦିରରେ ଓମଫେଡ଼ ଘିଅର ଆବଶ୍ୟକତାକୁ ନଜରରେ ଯଥେଷ୍ଟ ଘିଅ ମହଜୁଦ୍ ରଖିବାକୁ ରଖି ପଦକ୍ଷେପ ଗ୍ରହଣ କରିବାକୁ ଓମଫେଡ଼କୁ ଅନୁରୋଧ କରିଛନ୍ତି ମୁଖ୍ୟ ପ୍ରଶାସକ । ଶ୍ରୀମନ୍ଦିର ପାଇଁ ସ୍ବତନ୍ତ୍ର ଡିପୋ କରାଗଲେ ଆବଶ୍ୟକତା ପୁରଣ ହେବା ସହ ଅପମଶ୍ରିତ ଘିଅକୁ ମଧ୍ୟ ରୋକାଯାଇ ପାରିବ ବୋଲି ମୁଖ୍ୟ ପ୍ରଶାସକ ଗୁରୁତ୍ବାରୋପ କରିଛନ୍ତି ।

ଏଥିସହିତ ଘିଅ ଦର ମଧ୍ୟ ହ୍ରାସ କରାଯିବାକୁ ବିଭିନ୍ନ ନିଯୋଗ ପକ୍ଷରୁ ହୋଇଥିବା ଅନୁରୋଧକୁ ଗ୍ରହଣ କରିବାକୁ ପତ୍ରରେ ମୁଖ୍ୟ ପ୍ରଶାସକ ଅନୁରୋଧ କରିଛନ୍ତି ।

ଅନ୍ୟପକ୍ଷରେ ଶ୍ରୀମନ୍ଦିର ମଧ୍ୟକୁ ଓମଫେଡ ବ୍ୟତୀତ ଯେପରି ଅନ୍ୟ କୌଣସି ଘିଅ ପ୍ରବେଶ ନ କରେ, ସେଥିପ୍ରତି ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ ପ୍ରଶାସକ । ତଦନୁସାରେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୁଆର ମହାସୁଆର ନିଯୋଗ କୁ ଜଣାଇ ଦିଆଯାଇଛି l

ବରିଷ୍ଠ ସୁପରଭାଇଜର ଏବଂ କମାଣ୍ଡର ଏଥିପ୍ରତି ଆବଶ୍ୟକ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦିଆଯାଇଛି । ଏଥିରେ କୌଣସି ପ୍ରକାର ବ୍ୟତିକ୍ରମକୁ ବରଦାସ୍ତ କରାଯିବ ନାହିଁ, ଏଣିକି ଅନ୍ୟ ଛାପ ଘିଅ ଶ୍ରୀମନ୍ଦିରକୁ ନେବାକୁ ଚେଷ୍ଟା କଲେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମୁଖ୍ୟ ପ୍ରଶାସକ ସତର୍କ କରି ଦେଇଛନ୍ତି ।

 

 

LEAVE A REPLY

Please enter your comment!
Please enter your name here