ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲାଯିବା ପ୍ରସଙ୍ଗ: ସାଢ଼େ ୪ କୋଟି ଓଡ଼ିଆ ଲୋକଙ୍କ ଅସ୍ମିତା ସହ ହିନ୍ଦୁ ଆସ୍ଥାକୁ ସମ୍ମାନ ମିଳିଛି – ଧର୍ମେନ୍ଦ୍ର ପ୍ରଧାନ

0
88

By Our Correspondent

BHUBANESWAR:  ଦୀର୍ଘ ବର୍ଷ ପରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲାଯାଇଥିବାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସରକାରଙ୍କୁ ଟ୍ୱିଟ୍ କରି ଧନ୍ୟବାଦ ଜଣାଇଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

ଶ୍ରୀ ପ୍ରଧାନ ଏକ୍ସରେ ଉଲ୍ଲେଖ କରିଛନ୍ତି ଯେ ମହାପ୍ରଭୁ ଶ୍ରୀଜଗନ୍ନାଥ ଓଡ଼ିଆ ଅସ୍ମିତା ଓ ସ୍ୱାଭିମାନ, ସନାତନ ସଂସ୍କୃତି ଓ ହିନ୍ଦୁ ଆସ୍ଥାର ସବୁଠାରୁ ବଡ଼ ପ୍ରତୀକ । ଦୀର୍ଘ ବର୍ଷ ପରେ ମହାପ୍ରଭୁଙ୍କ ରତ୍ନଭଣ୍ଡାର ଖୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନବନିର୍ବାଚିତ ସରକାର ଓଡ଼ିଶାବାସୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ୱାରା ଦିଆଯାଇଥିବା ଆଉ ଏକ ପ୍ରତିଶ୍ରୁତି ପୂରଣ କରିଛନ୍ତି ।

ମହାପ୍ରଭୁଙ୍କ ରତ୍ନଭଣ୍ଡାରର ସୁରକ୍ଷା ଏବଂ ରତ୍ନଭଣ୍ଡାରରେ ରଖାଯାଇଥିବା ଅଳଙ୍କାରର ସଠିକ୍  ସୂଚନା ପାଇବା ଅନେକ ଦଶନ୍ଧି ଧରି ଜନସାଧାରଣଙ୍କ ଦାବି ରହିଥିଲା । ସାଢ଼େ ୪ କୋଟି ଓଡ଼ିଆ ଲୋକଙ୍କ ଅସ୍ମିତା ଓ ହିନ୍ଦୁ ଆସ୍ଥାକୁ ସମ୍ମାନ ଦେଇ ରତ୍ନଭଣ୍ଡାରକୁ ସମ୍ପୂର୍ଣ୍ଣ ପାରଦର୍ଶିତାର ସହ ଖୋଲିଥିବାରୁ କେନ୍ଦ୍ରମନ୍ତ୍ରୀ ଶ୍ରୀମନ୍ଦିର ପ୍ରଶାସନ ଏବଂ ଓଡ଼ିଶା ସରକାରଙ୍କୁ ଧନ୍ୟବାଦ ଜଣାଇଛନ୍ତି ।

LEAVE A REPLY

Please enter your comment!
Please enter your name here