ସକାଳ ୮ଟା ୩୦ ସୁଦ୍ଧା ମାଲକାନଗିରି ସହର ରେ ୧୮୩.୨ ମିମି ବର୍ଷା ରେକର୍ଡ, ଆଗାମୀ ୨୪ ଘଣ୍ଟା ମଧ୍ୟରେ ଲଘୁଚାପ ସକ୍ରିୟ ସମ୍ଭାବନା

0
375
IMD

By Our Correspondent

BHUBANESWAR: ଗତ ୨୪ ଘଣ୍ଟା ମଧ୍ୟରେ ଆଜି ସକାଳ ୮ଟା ୩୦ ସୁଦ୍ଧା ମାଲକାନଗିରି ସହର ରେ ୧୮୩.୨ ମିମି ବର୍ଷା ରେକର୍ଡ.ଆଗାମୀ ୨୪ ଘଣ୍ଟା ମଧ୍ୟରେ ଲଘୁଚାପ .ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସମ୍ଭାବନା.

ଗତ କାଲିର ଘୁର୍ଣ୍ଣିବଳୟ ଆଜି ଉତ୍ତରପଶ୍ଚିମ ପାର୍ଶ୍ଵବର୍ତ୍ତୀ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ତତସଂଲଗ୍ନ ଉତ୍ତର ଆନ୍ଧ୍ର ଏବଂ ଦକ୍ଷିଣ ଓଡିଶା ଉପକୂଳରେ ବାୟୁମଣ୍ଡଳରେ ୭.୬ କିମି ଉଚ୍ଚତା ଯାଏଁ  ସକ୍ରିୟ ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଉତ୍ତରପଶ୍ଚିମ ବଙ୍ଗୋପସାଗର ଅଂଚଳରେ ୨୪ ଘଣ୍ଟା ମଧ୍ୟରେ ଲଘୁଚାପ କ୍ଷେତ୍ର ସମ୍ଭାବନା.

ମତ୍ସ୍ୟଜୀବୀମାନଙ୍କୁ ୨୦ରୁ୨୨ ଯାଏଁ ସମୁଦ୍ର ମନା. ସକ୍ରିୟ ମୌସୁମୀ ପ୍ରବାହ ତଥା ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ଓଡିଶା ଉପକୂଳ ତଥା ପାର୍ଶ୍ଵବର୍ତ୍ତୀ ଉତ୍ତରପଶ୍ଚିମ ତତସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଝଡ଼ପବନ ତଥା ଝଟକା ପବନର ଘଣ୍ଟାପ୍ରତି ବେଗ ୪୦ ରୁ ୫୦କିମି ସମ୍ଭାବନା ହେତୁ ସମୁଦ୍ର ଅଶାନ୍ତ ରହିବା ସମ୍ଭାବନା.

ମାଲକାନଗିରି ଜିଲ୍ଲାରେ ଗତ ୨୪ ଘଣ୍ଟାରେ ରେକର୍ଡ ପ୍ରମୁଖ ବର୍ଷା

ଚିତ୍ରକୁଣ୍ଡା: ୧୯୯ ମିମି,କୁରୁକୁଣ୍ଡା: ୧୮୫ ମିମି,ମାଲକାନଗିରି: ୧୮୩.୨ ମିମି ,ପାଡିଆ: ୯୫ ମିମି, ମୈଥେଳି :୭୯ ମିମି.

LEAVE A REPLY

Please enter your comment!
Please enter your name here