ସପ୍ତମ ଓଏସଏପି ବାଟାଲିୟନ, ଭୁବନେଶ୍ବରଠାରେ ଓଡିଶା ପୋଲିସ ପକ୍ଷରୁ ରାଜ୍ୟସ୍ତରୀୟ ରାଷ୍ଟ୍ରୀୟ ଏକତା ଦିବସ ସମାରୋହ ଅନୁଷ୍ଠିତ

0
98

By Our Correspondent

BHUBANESWAR:  ଆଜି ପୂର୍ବାହ୍ନରେ ସପ୍ତମ ଓଏସଏପି ବାଟାଲିୟନ, ଭୁବନେଶ୍ବରଠାରେ ଓଡିଶା ପୋଲିସ ପକ୍ଷରୁ ରାଜ୍ୟସ୍ତରୀୟ ରାଷ୍ଟ୍ରୀୟ ଏକତା ଦିବସ ସମାରୋହ ଅନୁଷ୍ଠିତ ହୋଇଛି l ସ୍ଵାଧୀନ ଭାରତର ପ୍ରଥମ ଉପପ୍ରଧାନମନ୍ତ୍ରୀ ତଥା ସ୍ବରାଷ୍ଟ୍ର ମନ୍ତ୍ରୀ ଲୌହମାନବ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଜନ୍ମ ଦିବସକୁ ଦେଶବ୍ୟାପୀ ରାଷ୍ଟ୍ରୀୟ ଏକତା ଦିବସ ଭାବେ ପାଳନ କରାଯାଉଛି l ଏହି ଅବସରରେ ଓଏସଏପି ପଡିଆରେ ବିଧିବଦ୍ଧ ଭାବେ ପ୍ୟାରେଡ ଆୟୋଜନ କରାଯାଇ ସର୍ଦ୍ଦାର ପଟେଲଙ୍କ iàëZòଚାରଣ କରାଯାଇଥିଲା l

ଏହି ଅବସରରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ଯୋଗେଶ ବାହାଦୁର ଖୁରାନିଆ ମୁଖ୍ୟ ଅତିଥି ଭାବେ ଯୋଗଦେଇ ମହାପୁରୁଷ ସର୍ଦ୍ଦାର ପଟେଲଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହ ସମ୍ମିଳିତ ପ୍ୟାରେଡ ଅଭିବାଦନ ଗ୍ରହଣ କରିଥିଲେ l ଏହାସହ ରାଷ୍ଟ୍ରର ଏକତା, ଅଖଣ୍ଡତା, ସୁରକ୍ଷା ଏବଂ ଦେଶର ଆଭ୍ଯନ୍ତରୀଣ ସୁରକ୍ଷାକୁ ସୁଦୃଢ କରିବାପାଇଁ ଡିଜିପି ଶ୍ରୀ ଖୁରାନିଆ ଉପସ୍ଥିତ ପୋଲିସ ଅଧିକାରୀ, କର୍ମଚାରୀ ଏବଂ ଯବାନଙ୍କୁ ଶପଥ ପାଠ କରାଇଥିଲେ ।

ଏତଦବ୍ୟତୀତ ଶ୍ରୀ ଖୁରାନିଆ ସର୍ଦ୍ଦାର ପଟେଲଙ୍କ ଜୀବନ ଦର୍ଶନ ଉପରେ ଆଲୋଚନା କରିବା ସହ ତାଙ୍କ କାର୍ଯ୍ୟlବଳୀ, କାର୍ଯ୍ୟଦକ୍ଷତା, ଦେଶପ୍ରେମ ଓ ସ୍ଵାଧୀନତା ସଂଗ୍ରାମରେ ଅତୁଳନୀୟ ଅବଦାନ ସମ୍ପର୍କରେ ଆଲୋକପାତ କରିଥିଲେ l ସ୍ଵାଧୀନତା ପରେ ଶହ ଶହ ଛୋଟ ଛୋଟ ଦେଶୀୟ ରାଜ୍ୟଗୁଡିକୁ ଭାରତରେ ମିଶାଇବା ପାଇଁ ସର୍ଦ୍ଦାର  ପଟେଲ ଯେଉଁ ଅକ୍ଲାନ୍ତ ପରିଶ୍ରମ କରିଥିଲେ, ତାହା ଅତୁଳନୀୟ ଥିଲା l ଯାହା ଫଳରେ ବିଶ୍ଵ ଦରବାରରେ ଭାରତ ଆଜି ଏକ ସ୍ଵତନ୍ତ୍ର ରାଷ୍ଟ୍ର ଭାବେ ପରିଚୟ ଲାଭ  କରିଛି ବୋଲି ମତବ୍ୟକ୍ତ କରିଥିଲେ l ଦେଶର ପ୍ରତ୍ଯେକ ନାଗରିକ ଭାଇଚାରା, ବନ୍ଧୁତା ଏବଂ ଏକତା  ହୋଇ ଚାଲିବା ସହ ସମସ୍ତଙ୍କ ମନରେ ଦେଶପ୍ରେମ ରହିବା ଉଚିତ ବୋଲି ଶ୍ରୀ ଖୁରାନିଆ କହିଥିଲେ l ଏକତାର ମନୋଭାବ ନେଇ କାର୍ଯ୍ୟ କରିବା ସହ ଭାରତର ଇତିହାସ ପାଇଁ ଏକ ସ୍ଵତନ୍ତ୍ର ଅଧ୍ୟାୟ ସୃଷ୍ଟି କରିବାକୁ ଆହ୍ଵାନ ଦେଇଥିଲେ ।

ଏହା ସହ ଆଗାମୀ ଦିନରେ  ସମସ୍ତେ ମିଳିମିଶି ରାଜ୍ୟରେ ଆଇନଶୃଙ୍ଖଳା ନିୟନ୍ତ୍ରଣ, ଅପରାଧ ଓ ନକ୍ସଲ ସମସ୍ଯା ଦମନ କରିବାକୁ ଶ୍ରୀ ଖୁରାନିଆ ଗୁରୁତ୍ଵାରୋପ କରିଥିଲେ l ଲୋକଙ୍କୁ ନ୍ୟାୟ ପ୍ରଦାନ କରିବାରେ ଅଗ୍ରଣୀ ଭୂମିକା ଗ୍ରହଣ କରିବାକୁ  ପରାମର୍ଶ ଦେଇଥିଲେ ।  ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ମୁଖ୍ୟାଳୟ) ଶ୍ରୀ ଦୟାଲ ଗଙ୍ଗୱାରଙ୍କ ପ୍ରତ୍ଯକ୍ଷ  ତତ୍ତ୍ବାବଧାନରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।

ଏହି ପ୍ୟାରେଡରେ ଏସଏସବିଏନ (ଭୁବନେଶ୍ବର), ଏନଡିଆରଏଫ (ମୁଣ୍ଡଳୀ), ୭ମ ଓଏସଏପି ବାଟାଲିୟନ (ଭୁବନେଶ୍ବର), ଓ.ଏସ.ଏ.ପି  ଷଷ୍ଠ ବାଟାଲିୟନ (କଟକ),  ଷଷ୍ଠ ଆଇ.ଆର ବାଟାଲିୟନ (ଖୋର୍ଦ୍ଧା), ଓଡ୍ରାଫ (କଟକ), ଟ୍ରାଫିକ (ଭୁବନେଶ୍ବର),  ପୋଲିସ କଲର ପାର୍ଟି (କଟକ), ବ୍ରାସବ୍ୟାଣ୍ଡ ପାର୍ଟି (କଟକ) ଅଂଶଗ୍ରହଣ କରିଥିଲେ l  ଶ୍ରୀ ତାପସ ରଞ୍ଜନ ଦାସ (Commandant) ପ୍ୟାରେଡର ନେତୃତ୍ଵ ନେଇଥିଲେ,

ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (କ୍ରାଇମବ୍ରାଞ୍ଚ) ଶ୍ରୀ ବିନୟତୋଷ ମିଶ୍ର, ନିର୍ଦ୍ଦେଶକ (ଗୁଇନ୍ଦା) ଶ୍ରୀ ଆର. ପି. କୋଚେ, ନିର୍ଦ୍ଦେଶକ ଏବଂ ତାଲିମ (ବିପିଏସପିଏ) ଶ୍ରୀ ସଞ୍ଜୀବ ପଣ୍ଡା, ନିର୍ଦ୍ଦେଶକ (ଭିଜିଲାନ୍ସ) ଶ୍ରୀ ୟଶୱନ୍ତ ଜେଠୱା, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଆଇନ ଓ ଶୃଙ୍ଖଳା) ଶ୍ରୀ ସଞ୍ଜୟ କୁମାର, ପୋଲିସ କମିଶନର (ଭୁବନେଶ୍ବର-କଟକ) ଶ୍ରୀ ଏସ. ଦେବଦତ୍ତ ସିଂ, ଟ୍ରାନ୍ସପୋର୍ଟ କମିଶନର ଶ୍ରୀ ଅମିତାଭ ଠାକୁର, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଏସ.ଏ.ପି)  ଶ୍ରୀ ରାଜେଶ କୁମାରଙ୍କ ସମେତ ପୋଲିସ ବିଭାଗର ବହୁ ବରିଷ୍ଠ ପୋଲିସ ଅଧିକାରୀ ଓ କର୍ମଚାରୀ ଉପସ୍ଥିତ ଥିଲେ l

 

LEAVE A REPLY

Please enter your comment!
Please enter your name here