By Our Correspondent
BHUBANESWAR: ୨୧ରେ ଲଘୁଚାପ ସମ୍ଭାବନା , ୨୩ରେ ଆହୁରି ଘନୀଭୂତ ହୋଇ ଅବପାତ .
ଗତକାଲିର ଘୂର୍ଣ୍ଣିବଳୟ ଦକ୍ଷିଣପୂର୍ବ ବଙ୍ଗୋପସାଗର ସମୁଦ୍ର ମଧ୍ୟସ୍ଥ ବାୟୁମଣ୍ଡଳର ତଳଭାଗରେ ସକ୍ରିୟ ରହିଛି , ଏହା ଉତ୍ତର-ପଶ୍ଚିମ ଦିଗରେ ଗତିକରିବା ସହ ୨୧ ତାରିଖ ସକାଳ ବେଳକୁ ଏହା ପ୍ରଭାବରେ ବଙ୍ଗୋପସାଗର ର ମଧ୍ୟଭାଗରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି.
ପରବର୍ତୀ ସମୟରେ ଏହା ଆହୁରି ଘନୀଭୂତ ହୋଇ ୨୩ ତାରିଖ ବେଳକୁ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଅବପାତ ର ରୂପ ନେବାର ସମ୍ଭାବନା ରହିଛି |
ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କିଛି ଜିଲ୍ଲାରେ ପଶ୍ଚିମା-ଝଡ଼ ପ୍ରଭାବରେ ବର୍ଷା ସମ୍ଭାବନ ଥିବାବେଳେ ୨୦ ରୁ ୨୩ ତାରିଖ ଯାଏଁ ପାଗ ମୁଖ୍ୟତଃ ଶୁଖିଲା ରହିବା ସମ୍ଭାବନା . ୨୪ ରେ ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ହାଲୁକା ମଧ୍ୟମ ଧରଣର ବର୍ଷା ଏବଂ ୨୫ ରୁ ଉପକୂଳ ଓଡ଼ିଶାରେ ବଢିବା ବର୍ଷାର ପରିମାଣ.