୫ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ  ଭି କେ ପାଣ୍ଡିଆନ ପୁରୀ ଶ୍ରୀ ମନ୍ଦିର ପରିଦର୍ଶନ କରି ପରିକ୍ରମା ପ୍ରକଳ୍ପ ସମୀକ୍ଷା କରିବା ସହିତ ଭକ୍ତ ମାନଙ୍କ ସୁବ୍ୟବସ୍ଥିତ ଦର୍ଶନ ପାଇଁ କେତେକ ନିର୍ଦ୍ଦେଶ ଓ ପରାମର୍ଶ ଦେଇଛନ୍ତି

0
360
ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ୫ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଶ୍ରୀ ଭି କେ ପାଣ୍ଡିଆନ ଆଜି ପ୍ରତ୍ୟୁଷରୁ ପୁରୀ ଶ୍ରୀ ମନ୍ଦିର ପରିଦର୍ଶନ କରି ପରିକ୍ରମା ପ୍ରକଳ୍ପ ସମୀକ୍ଷା କରିବା ସହିତ ଭକ୍ତ ମାନଙ୍କ ସୁବ୍ୟବସ୍ଥିତ ଦର୍ଶନ ପାଇଁ କେତେକ ନିର୍ଦ୍ଦେଶ ଓ ପରାମର୍ଶ ଦେଇଛନ୍ତି। ଆଜି ପ୍ରତ୍ୟୁଷ ୫ଟା ଠାରୁ ୭ଟା ପର୍ଯ୍ୟନ୍ତ ସମୀକ୍ଷା କରିବା ସହ ଆବଶ୍ୟକ ପରାମର୍ଶ ଦେଇଥିଲେ.

By Our Correspondent

PURI/BHUBANESWAR:  ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ୫ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଶ୍ରୀ ଭି କେ ପାଣ୍ଡିଆନ ଆଜି ପ୍ରତ୍ୟୁଷରୁ ପୁରୀ ଶ୍ରୀ ମନ୍ଦିର ପରିଦର୍ଶନ କରି ପରିକ୍ରମା ପ୍ରକଳ୍ପ ସମୀକ୍ଷା କରିବା ସହିତ ଭକ୍ତ ମାନଙ୍କ ସୁବ୍ୟବସ୍ଥିତ ଦର୍ଶନ ପାଇଁ କେତେକ ନିର୍ଦ୍ଦେଶ ଓ ପରାମର୍ଶ ଦେଇଛନ୍ତି। ଆଜି ପ୍ରତ୍ୟୁଷ ୫ଟା ଠାରୁ ୭ଟା ପର୍ଯ୍ୟନ୍ତ ସମୀକ୍ଷା କରିବା ସହ ଆବଶ୍ୟକ ପରାମର୍ଶ ଦେଇଥିଲେ.

 ଏହି ଅବସରରେ ଭକ୍ତ ଓ ଶ୍ରଦ୍ଧାଳୁ ମାନଙ୍କ ସୁବ୍ୟବସ୍ଥିତ ଦର୍ଶନ ସମ୍ପର୍କରେ ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ଏକ ଉପସ୍ଥାପନା ରଖା ଯାଇଥିଲା। ଭିଡ଼ ପରିଚାଳନାକୁ ଦକ୍ଷ କରିବା, ଭକ୍ତ ମାନଙ୍କ ପାଇଁ ଦର୍ଶନ ବ୍ୟବସ୍ଥାକୁ ସହଜ କରିବା ଉପରେ ଶ୍ରୀ ପାଣ୍ଡିଆନ ଗୁରୁତ୍ଵ ଆରୋପ କରିଥିଲେ। ଏହା ସହିତ ପରିକ୍ରମା ପ୍ରକଳ୍ପ ଠିକ୍ ସମୟରେ ଶେଷ କରିବା ପାଇଁ ସେ ଗୁରୁତ୍ଵ ଦେଇ କେତେକ ନିର୍ଦ୍ଦେଶ ଦେଇଥିଲେ।

ଶ୍ରୀକ୍ଷେତ୍ରରେ ଥିବା ବିଭିନ୍ନ ମଠ ଗୁଡିକର ପୁନରୁଦ୍ଧାର  କାମ ତ୍ୱରାନ୍ୱିତ କରିବା ପାଇଁ ୫ଟି ଓ ନବୀନ ଓଡିଶା ଅଧ୍ୟକ୍ଷ ନିର୍ଦ୍ଦେଶ ଦେଇଥିଲେ। ମଠ ପୁନଃ ନିର୍ମାଣ ପାଇଁ ଅଧିକ ସଂଖ୍ୟକ ଦକ୍ଷ କାରିଗର ନିଯୁକ୍ତ କରିବାକୁ ଶ୍ରୀ ପାଣ୍ଡିଆନ୍ ପରାମର୍ଶ ଦେଇଥିଲେ। ସେବାୟତମାନଙ୍କ ସୁବିଧା ପାଇଁ ଦୁଇ ଚକିଆ  ଗାଡିର ପାର୍କିଂ ପାଇଁ ପର୍ଯ୍ୟାପ୍ତ ବ୍ୟବସ୍ଥା କରିବାକୁ ଶ୍ରୀ ପାଣ୍ଡିଆନ୍ ନିର୍ଦ୍ଦେଶ ଦେଇଥିଲେ।

LEAVE A REPLY

Please enter your comment!
Please enter your name here