୫ଟି ସ୍କୁଲ ରୂପାନ୍ତରଣ ଅଭିଯାନର ଚତୁର୍ଥ ପର୍ଯ୍ୟାୟର ଦ୍ବିତୀୟ ଦିନରେ  ମୁଖ୍ୟମନ୍ତ୍ରୀ ମାଲକାନଗିରି, ବାଲେଶ୍ବର, ଗଜପତି, ଢେଙ୍କାନାଳ, କେନ୍ଦୁଝର ଓ କଟକ ଆଦି ୬ଟି ଜିଲ୍ଲାର ୩୨୭ଟି ରୂପାନ୍ତରିତ ସ୍କୁଲକୁ   ଲୋକାର୍ପିତ କରିଛନ୍ତି

0
264
୫ଟି ସ୍କୁଲ ରୂପାନ୍ତରଣ ଅଭିଯାନର ଚତୁର୍ଥ ପର୍ଯ୍ୟାୟର ଦ୍ବିତୀୟ ଦିନରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ମାଲକାନଗିରି, ବାଲେଶ୍ବର, ଗଜପତି, ଢେଙ୍କାନାଳ, କେନ୍ଦୁଝର ଓ କଟକ ଆଦି ୬ଟି ଜିଲ୍ଲାର ୩୨୭ଟି ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କରିଛନ୍ତି।

By Our Correspondent

BHUBANESWAR: ୫ଟି ସ୍କୁଲ ରୂପାନ୍ତରଣ ଅଭିଯାନର ଚତୁର୍ଥ ପର୍ଯ୍ୟାୟର ଦ୍ବିତୀୟ ଦିନରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ମାଲକାନଗିରି, ବାଲେଶ୍ବର, ଗଜପତି, ଢେଙ୍କାନାଳ, କେନ୍ଦୁଝର ଓ କଟକ ଆଦି ୬ଟି ଜିଲ୍ଲାର ୩୨୭ଟି ରୂପାନ୍ତରିତ ସ୍କୁଲକୁ   ଲୋକାର୍ପିତ କରିଛନ୍ତି।

ଏଥିରେ ମାଲକାନଗିରି ଜିଲ୍ଲାର ୩୫ଟି ହାଇସ୍କୁଲ, ବାଲେଶ୍ବରର ୭୬ଟି, ଗଜପତିର ୨୮ଟି, ଢେଙ୍କାନାଳର ୬୩ଟି, କେନ୍ଦୁଝରର ୪୫ଟି  ଓ କଟକର ୮୦ଟି ହାଇସ୍କୁଲ ଅନ୍ତର୍ଭୁକ୍ତ।

ସୂଚନାଯୋଗ୍ୟ ଯେ ପୂର୍ବରୁ ତିନୋଟି ପର୍ଯ୍ୟାୟରେ ରାଜ୍ୟରେ ୬୮୮୩ଟି ସ୍କୁଲ ରୂପାନ୍ତରିତ ହୋଇଛି। ଚତୁର୍ଥ ପର୍ଯ୍ୟାୟରେ ସମୁଦାୟ ୧୭୯୪ଟି ରୂପାନ୍ତରିତ ହାଇସ୍କୁଲ ଲୋକାର୍ପିତ ହେବ। ଏହି ପର୍ଯ୍ୟାୟ ସଂପୂର୍ଣ୍ଣ ହେବା ପରେ ରାଜ୍ୟରେ ସମୁଦାୟ ୮୬୭୭ଟି ସ୍କୁଲ ରୂପାନ୍ତରିତ ହେବ।

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏହି ଅବସରରେ ସଂପୃକ୍ତ ଜିଲ୍ଲାର ବିଧାୟକ, ପଞ୍ଚାୟତ ପ୍ରତିନିଧି, ସ୍କୁଲ ପରିଚାଳନା କମିଟି, ଶିକ୍ଷକ ଶିକ୍ଷୟିତ୍ରୀ ଓ ଅଭିଭାବକ ମାନଙ୍କୁ ଏହି କାର୍ଯ୍ୟକ୍ରମରେ ସହଯୋଗ ପାଇଁ ଧନ୍ୟବାଦ ଦେଇଥିଲେ।

LEAVE A REPLY

Please enter your comment!
Please enter your name here