ଅନ୍ତର୍ଜାତୀୟ ବିମାନ ସେବାରେ ଯୋଡ଼ି ହୋଇଛି ନୂଆ ଅଧ୍ୟାୟ, ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଅବସରରେ ଭୁବନେଶ୍ୱରରୁ ଆବୁଧାବିକୁ ସିଧାସଳଖ ବିମାନ ଚଳାଚଳର ଶୁଭାରମ୍ଭ

0
328

By Our Correspondent

BHUBANESWAR: ଅନ୍ତର୍ଜାତୀୟ ବିମାନ ସେବାରେ ଯୋଡ଼ି ହୋଇଛି ନୂଆ ଅଧ୍ୟାୟ। ଭୁବନେଶ୍ୱରରୁ ଆବୁଧାବିକୁ ସିଧାସଳଖ ବିମାନ ଚଳାଚଳର ଶୁଭାରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଅବସରରେ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରୁ ଏହି ସେବାର ଶୁଭାରମ୍ଭ କରିଛନ୍ତି। ଏଥି ସହିତ ଭୁବନେଶ୍ୱରରୁ ବିଶାଖାପାଟଣାକୁ ମଧ୍ୟ ବିମାନସେବା ଆରମ୍ଭ ହୋଇଛି।

ଏହି ସେବା ଦ୍ୱାରା ମିଡିଲ୍ ଇଷ୍ଟ୍ ଦେଶଗୁଡିକ ସହିତ ଓଡ଼ିଶାର ଯୋଗାଯୋଗ ଆହୁରି ବ୍ୟାପକ ହେବା ସହ ବାଣିଜ୍ୟ, ପର୍ଯ୍ୟଟନ, ପୁଞ୍ଜିନିବେଶ ଓ ସାଂସ୍କୃତିକ ବିନିମୟ କ୍ଷେତ୍ରରେ ମଧ୍ୟ ସମ୍ପର୍କ ଆହୁରି ସୁଦୃଢ଼ ହେବ।

LEAVE A REPLY

Please enter your comment!
Please enter your name here