ଅଲିଭ୍ ରିଡଲେ ସାମୁଦ୍ରିକ କଇଁଛଙ୍କ ସୁରକ୍ଷା ଓ ସଂରକ୍ଷଣ- ରାଜନଗର ବନ୍ୟପ୍ରାଣୀ, ଭଦ୍ରକ ବନ୍ୟପ୍ରାଣୀ ଓ ବ୍ରହ୍ମପୁର (ଟି) ଡିଭିଜନରେ ହାଇସ୍ପିଡ ବୋଟ୍ ମୁତୟନ କରାଯାଇଛି

0
164
ଅଲିଭ୍ ରିଡଲେ କଇଁଛ ଓ ଅଣ୍ଡାକୁ ସୁରକ୍ଷା ଦେବା ପାଇଁ ପ୍ରତି ବର୍ଷ ରାଜ୍ୟ ସରକାରଙ୍କ ପକ୍ଷରୁ ପଦକ୍ଷେପ ନିଆଯାଉଛି। ପୂର୍ବ ବର୍ଷ ପରି ଚଳିତ ବର୍ଷ ମଧ୍ୟ ରାଜ୍ୟ ସରକାରଙ୍କ ତରଫରୁ ଏ ଦିଗରେ ଆବଶ୍ୟକ ସହଯୋଗ ଦିଆଯାଉଛି ବୋଲି ଅଲିଭ୍ ରିଡଲେ କଇଁଛଙ୍କ ସୁରକ୍ଷା ଓ ସଂରକ୍ଷଣ ସଂପର୍କରେ ଗଠିତ ଉଚ୍ଚ କ୍ଷମତା ସମ୍ପନ୍ନ କମିଟି ବୈଠକ ଅଧ୍ୟକ୍ଷତା କରି ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ କୁମାର ଜେନା କହିଛନ୍ତି।

By Our Correspondent

BHUBANESWAR:   ଅଲିଭ୍‌ ରିଡଲେ କଇଁଛ ଓ ଅଣ୍ଡାକୁ ସୁରକ୍ଷା ଦେବା  ପାଇଁ ପ୍ରତି ବର୍ଷ ରାଜ୍ୟ ସରକାରଙ୍କ ପକ୍ଷରୁ ପଦକ୍ଷେପ ନିଆଯାଉଛି। ପୂର୍ବ ବର୍ଷ ପରି ଚଳିତ ବର୍ଷ ମଧ୍ୟ ରାଜ୍ୟ ସରକାରଙ୍କ ତରଫରୁ ଏ ଦିଗରେ ଆବଶ୍ୟକ ସହଯୋଗ ଦିଆଯାଉଛି ବୋଲି ଅଲିଭ୍ ରିଡଲେ କଇଁଛଙ୍କ ସୁରକ୍ଷା ଓ ସଂରକ୍ଷଣ ସଂପର୍କରେ ଗଠିତ ଉଚ୍ଚ କ୍ଷମତା ସମ୍ପନ୍ନ କମିଟି ବୈଠକ ଅଧ୍ୟକ୍ଷତା କରି ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ କୁମାର ଜେନା କହିଛନ୍ତି।

୨୦୨୩ ନଭେମ୍ବର ପହିଲାରୁ ଅଲିଭ୍ ରିଡଲେ କଇଁଛର ସୁରକ୍ଷା ଓ ସଂରକ୍ଷଣ ପାଇଁ ଋତୁଭିତ୍ତିକ କାର୍ଯ୍ୟ ଆରମ୍ଭ ହୋଇସାରିଛି ଏବଂ କେନ୍ଦ୍ରୀୟ ମନିଟରିଂ ୟୁନିଟ୍ ରାଜ୍ୟ ବନ୍ୟପ୍ରାଣୀ ମୁଖ୍ୟାଳୟରେ କାର୍ଯ୍ୟ କରୁଛି। ଗତ ବର୍ଷ ପରି ଚଳିତ ବର୍ଷ ମଧ୍ୟ ୬୬ଟି ପାଟ୍ରୋଲିଂ କ୍ୟାମ୍ପ (୬୧ଟି ଅନ୍ ସୋର୍ ଓ ୫ଟି ଅଫ୍ ସୋର୍ ) ଭିଏଚ୍ଏଫ୍, ମୋବାଇଲ୍ ଫୋନ୍ ଓ ଅନ୍ୟାନ୍ୟ ସୁବିଧା ସହିତ କାର୍ଯ୍ୟ କରିବ। ବନ ବିଭାଗ, ଭାରତୀୟ ତଟରକ୍ଷୀ ବାହିନୀ, ମତ୍ସ୍ୟ ବିଭାଗ ଏବଂ ମେରାଇନ୍ ପୁଲିସର ସହଯୋଗରେ ମିଳିତ ଭାବେ ସମୁଦ୍ରରେ ପାଟ୍ରୋଲିଂ କରାଯିବ।

ଅଲିଭ୍ ରିଡଲେ ସାମୁଦ୍ରିକ କଇଁଛଙ୍କ ସୁରକ୍ଷା ଓ ସଂରକ୍ଷଣ ପାଇଁ ସମ୍ପୃକ୍ତ ଉପକୂଳ ବନ ବିଭାଗ ଡିଭିଜନକୁ ପାଣ୍ଠି ଆବଣ୍ଟନ କରାଯାଇଛି। ରାଜନଗର ବନ୍ୟପ୍ରାଣୀ, ଭଦ୍ରକ ବନ୍ୟପ୍ରାଣୀ ଓ ବ୍ରହ୍ମପୁର (ଟି) ଡିଭିଜନରେ ଅଲିଭ୍ ରିଡଲେ ସାମୁଦ୍ରିକ କଇଁଛଙ୍କ ସୁରକ୍ଷା ଓ ସଂରକ୍ଷଣ ପାଇଁ  ହାଇସ୍ପିଡ ବୋଟ୍ ମୁତୟନ କରାଯାଇଛି।

ବାବୁବାଲି, ଅଗରନାସୀ, ନୂଆ ଦେବୀ ନାସି ଦ୍ୱୀପ, ପୁରୁଣାବନ୍ଧ ଇତ୍ୟାଦି ସମୁଦ୍ର ଯାତାୟାତ ପାଟ୍ରୋଲିଂର ଘାଟି ହେବ। ଅଲିଭ୍ ରିଡଲେ ସାମୁଦ୍ରିକ କଇଁଛଙ୍କ ସୁରକ୍ଷା ପାଇଁ ଉପକୂଳବର୍ତ୍ତୀ ଜିଲ୍ଲାର ଜିଲ୍ଲାପାଳ ଓ ଏସପିମାନେ ସଂପୃକ୍ତ ଡିଏଫ୍ଓମାନଙ୍କୁ ପୂର୍ବ ବର୍ଷ ଭଳି ଆବଶ୍ୟକ ସହଯୋଗ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି

LEAVE A REPLY

Please enter your comment!
Please enter your name here