ଆଇଆରଏମଏ ଓ ଏଲଆଇସି ହାଉସିଂ ଫାଇନାନ୍ସର ମିଳିତ ଭାଗିଦାରୀରେ ‘ସୋସିଆଲ ଏଣ୍ଟରପ୍ରାଇଜ୍ କନକ୍ଲେଭ’ ର ଦିଲ୍ଲୀରେ ଶୁଭାରମ୍ଭ

0
330
ବର୍ତ୍ତମାନ ସମୟରେ ଭାରତ ଉପରେ ବିଶ୍ୱର ଭରସା ବଢୁଥିବା ବେଳେ ଦେଶର ଘରେ ଘରେ କୁଶଳୀ ମା’ ଭଉଣୀମାନେ ପ୍ରସ୍ତୁତ କରୁଥିବା ସିଲାଇ ଓ ଅନ୍ୟ ଡିଜାଇନକୁ ବିଶ୍ୱ ବଜାରରେ ପହଞ୍ଚାଇବା ପାଇଁ ଷ୍ଟେକହୋଲଡର ମାନଙ୍କୁ ଉଦ୍ୟମ କରିବା ପାଇଁ ଆହ୍ୱାନ କରିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

By Our Correspondent

NEW DELHI/BHUBANESWAR: ବର୍ତ୍ତମାନ ସମୟରେ ଭାରତ ଉପରେ ବିଶ୍ୱର ଭରସା ବଢୁଥିବା ବେଳେ ଦେଶର ଘରେ ଘରେ କୁଶଳୀ ମା’ ଭଉଣୀମାନେ ପ୍ରସ୍ତୁତ କରୁଥିବା ସିଲାଇ ଓ ଅନ୍ୟ ଡିଜାଇନକୁ ବିଶ୍ୱ ବଜାରରେ ପହଞ୍ଚାଇବା ପାଇଁ ଷ୍ଟେକହୋଲଡର ମାନଙ୍କୁ ଉଦ୍ୟମ କରିବା ପାଇଁ ଆହ୍ୱାନ କରିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ମଙ୍ଗଳବାର ନୂଆଦିଲ୍ଲୀ ଠାରେ ‘ସୋସିଆଲ ଏଣ୍ଟରପ୍ରାଇଜ୍ କନକ୍ଲେଭ’ର ଶୁଭାରମ୍ଭ କରିବା ଅବସରରେ ଶ୍ରୀ ପ୍ରଧାନ ଏହି ଆହ୍ୱାନ କରିଛନ୍ତି । ଇନଷ୍ଟିଚ୍ୟୁଟ୍ ଅଫ୍ ରୁରାଲ ମ୍ୟାନେଜମେଣ୍ଟ ଆନନ୍ଦ(ଆଇଆରଏମଏ) ଓ ଏଲଆଇସି ହାଉସିଂ ଫାଇନାନ୍ସର ମିଳିତ ଭାଗିଦାରୀରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଯୋଗଦେଇ ଶ୍ରୀ  ପ୍ରଧାନ କହିଛନ୍ତି ଯେ ଅମୃତ କାଳରେ ଭାରତ ନୂଆ ଦିଶା ଓ ଦୃଷ୍ଟିକୋଣ ରଖିଛି । ବିଶ୍ୱର ବିଶ୍ୱାସ ଭାରତ ଉପରେ ବଢିଛି । ଆମକୁ ଏବେ ଆମର ପାରମ୍ପରିକ ସାମଗ୍ରୀକୁ ବୈଶ୍ୱିକ ବଜାରରେ ଯୋଡିବାର ଉପାୟ ଅନ୍ୱେଷଣ କରିବାକୁ ହେବ । ଦେଶରେ ପ୍ରଶିକ୍ଷଣ ପାଇ ଘରେ ମାଆ ଓ ଭଉଣୀମାନେ ପ୍ରସ୍ତୁତ କରିଥିବା ସିଲାଇ କିମ୍ବା ଅନ୍ୟାନ୍ୟ ଡିଜାଇନକୁ ବିଶ୍ୱ ବଜାରରେ ଆଣିବା ଦରକାର । ଏଥିପାଇଁ ଏହା  ଉପରେ ଉଦ୍ୟମ କରିବା ଦରକାର ।

ଆଗାମୀ ଦିନରେ ଦେଶ ଦ୍ରୁତ ଗତିରେ ଅଭିବୃଦ୍ଧି ହେବ । ଭାରତ ଆଜି ବିଶ୍ୱର ପଞ୍ଚମ ବୃହତ୍ତମ ଅର୍ଥନୀତିରେ ପରିଣତ ହୋଇଛି । ବିଦେଶ ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମ୍ମାନ ବଢୁଛି । ଏଭଳି ସମୟରେ ସୋସିଆଲ ଏଣ୍ଟରପାଇଜ କ୍ଷେତ୍ରରେ ଅନେକ ଚ୍ୟାଲେଞ୍ଜ ଅଛି । ତାହାକୁ ଦୃଷ୍ଟିରେ ରଖି ସରକାରୀ ଫଣ୍ଡ୍ ଉପରେ ନିର୍ଭର ନ ହୋଇ ନିବେଶକଙ୍କ ପ୍ରତି ସଚ୍ଚୋଟପଣ ଦେଖାଇବାକୁ ଶ୍ରୀ ପ୍ରଧାନ ପରାମର୍ଶ କରିଛନ୍ତି ।

କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ ୟୁରୋପୀୟ ଓ ଭାରତୀୟ ବିଚାରଧାରାର ମୂଳ ଅନ୍ତର ରହିଛି । ୟୁରୋପୀୟ ବିଚାର ‘ମୁଁ’, ମୋର ଦୁନିଆ, ମୋର ଆଇଡିଆକୁ ଦର୍ଶାଉଛି । ମାତ୍ର ଭାରତ ‘ଆମେ’ରେ ବିଶ୍ୱାସ କରେ । ଏହିଭଳି ଭାବେ ଦୁନିଆ ସାମ୍ନାରେ ଅନ୍ୟମାନଙ୍କ ପାଇଁ ବଞ୍ଚିବାର ମଡେଲ ବନାଇବା ପାଇଁ ଶ୍ରୀ ପ୍ରଧାନ ଉପସ୍ଥିତ ସୋସିଆଲ ଏଣ୍ଟରପାଇଜର ଅଂଶୀଦାର ମାନଙ୍କୁ ପରାମର୍ଶ ଦେଇଛନ୍ତି ।

LEAVE A REPLY

Please enter your comment!
Please enter your name here