ଆସନ୍ତାକାଲିଠାରୁ ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’, ଯୋଗ ଦେବେ ୨୦୦୦ ରୁ ଉର୍ଦ୍ଧ୍ଵ ଛାତ୍ରଛାତ୍ରୀ

0
49

By Our Correspondent

BHUBANESWAR:    ଶିଶୁ ଦିବସ ଉପଲକ୍ଷେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ  ରାଜ୍ୟସ୍ତରୀୟ  ଶିଶୁ ମହୋତ୍ସବ ‘ସୁରଭି’ ଆରମ୍ଭ ହେଉଛି । ନଭେମ୍ବର ୧୨ ରୁ ୧୪ ତାରିଖ ଯାଏଁ ଭୁବନେଶ୍ୱରସ୍ଥିତ କ୍ୟାପିଟାଲ ହାଇସ୍କୁଲ, ୟୁନିଟ୍-୩ ପରିସରରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହେଉଛି । ଏହି ମହୋତ୍ସବରେ ବ୍ଲକ ଓ ଜିଲ୍ଲାସ୍ତରରେ ବିଭିନ୍ନ ପ୍ରତିଯୋଗିତାରେ ବିଜେତା ଛାତ୍ରଛାତ୍ରୀମାନେ ଯୋଗ ଦେବେ । ପ୍ରାୟ ୨୦୦୦ ରୁ ଉର୍ଦ୍ଧ୍ଵ ଛାତ୍ରଛାତ୍ରୀ ଏଥିରେ ଅଂଶଗ୍ରହଣ କରିବେ ।

ଏହି ତିନିଦିନିଆ କାର୍ଯ୍ୟକ୍ରମରେ ଛାତ୍ରଛାତ୍ରୀମାନଙ୍କ ପାଇଁ ବିଭିନ୍ନ ପ୍ରତିଯୋଗିତା, ସ୍ଥାନୀୟ ପରିଭ୍ରମଣ, ବିଶିଷ୍ଟ ବ୍ୟକ୍ତିଙ୍କ ସହ ସାକ୍ଷାତକାର, ଶ୍ରେଷ୍ଠ ବିଜ୍ଞାନ ପ୍ରକଳ୍ପ ପ୍ରଦର୍ଶନୀ, କର୍ମଶାଳା ଓ ବିଭିନ୍ନ ପ୍ରଦର୍ଶନୀ ଏବଂ ଦଳଗତ ସାଂସ୍କୃତିକ କାର୍ଯ୍ୟମାନ ଆୟୋଜନ କରାଯାଇଛି ।

ମଙ୍ଗଳବାର ସନ୍ଧ୍ୟାରେ ‘ସୁରଭି’ କାର୍ଯ୍ୟକ୍ରମର ଉଦଘାଟନୀ ଉତ୍ସବରେ ମାନ୍ୟବର ମନ୍ତ୍ରୀ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଶ୍ରୀଯୁକ୍ତ ନିତ୍ୟାନନ୍ଦ ଗଣ୍ଡ, ମାନ୍ୟବର  ମେୟର ଭୁବନେଶ୍ୱର ମହାନଗର ନିଗମ ଶ୍ରୀମତୀ ସୁଲୋଚନା ଦାସ, ମାନ୍ୟବର ବିଧାୟକ ଶ୍ରୀଯୁକ୍ତ ଅନନ୍ତ ନାରାୟଣ ଜେନା,ମାନ୍ୟବର ବିଧାୟକ ଶ୍ରୀଯୁକ୍ତ ସୁଶାନ୍ତ କୁମାର ରାଉତ, ମାନ୍ୟବର ବିଧାୟକ ଶ୍ରୀଯୁକ୍ତ ବାବୁ ସିଂ, ଉନ୍ନୟନ ଆୟୁକ୍ତ ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ ଅତିଥି ଭାବରେ ଯୋଗ ଦେବେ । ଉତ୍ସବର ଦ୍ଵିତୀୟ ସନ୍ଧ୍ୟାରେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା ଓ  ମାନ୍ୟବର ମନ୍ତ୍ରୀ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଶ୍ରୀଯୁକ୍ତ ନିତ୍ୟାନନ୍ଦ ଗଣ୍ଡ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି ।

ସୂଚନାଯୋଗ୍ୟ, ନଭେମ୍ବର ୧୪ ଶିଶୁ ଦିବସ ସମାରୋହରେ ମୁଖ୍ୟ ଅତିଥି ଭାବେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝୀ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି ।  ସମ୍ମାନନୀୟ ଅତିଥି ଭାବେ ମାନ୍ୟବର ମନ୍ତ୍ରୀ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଶ୍ରୀଯୁକ୍ତ ନିତ୍ୟାନନ୍ଦ ଗଣ୍ଡ, ମାନ୍ୟବର ଉଚ୍ଚଶିକ୍ଷା ମନ୍ତ୍ରୀ ଶ୍ରୀଯୁକ୍ତ ସୂର୍ଯ୍ୟବଂଶୀ ସୁରଜ, ମାନନୀୟା ଭୁବନେଶ୍ବର ସାଂସଦ ଶ୍ରୀମତୀ ଅପରାଜିତା ଷଡ଼ଙ୍ଗୀ, ମାନ୍ୟବର ବିଧାୟକ ଶ୍ରୀଯୁକ୍ତ ବାବୁ ସିଂ ଓ ମୁଖ୍ୟ ଶାସନ ସଚିବ ଶ୍ରୀଯୁକ୍ତ ମନୋଜ ଆହୁଜା ପ୍ରମୁଖ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି ।

 

LEAVE A REPLY

Please enter your comment!
Please enter your name here