ଆସନ୍ତା 23 ତାରିଖରେ ବାହାର ଏବଂ ଭିତର ରତ୍ନଭଣ୍ଡାର ଥିବା ଖାଲି ଆଲମିରା ଏବଂ ସିନ୍ଦୁକଗୁଡ଼ିକ ସ୍ଥାନାନ୍ତରଣ କରାଯିବ

0
105

By Our Correspondent

PURI/BHUBANESWAR:  ଆସନ୍ତା 23-08-24 ତାରିଖରେ ବାହାର ଏବଂ ଭିତର ରତ୍ନଭଣ୍ଡାର ଥିବା ଖାଲି ଆଲମିରା ଏବଂ ସିନ୍ଦୁକଗୁଡ଼ିକ ସ୍ଥାନାନ୍ତରଣ କରାଯିବ l

ରାଜ୍ୟ ସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା (SOP) ଅନୁସାରେ ଏହି ସ୍ଥାନାନ୍ତରଣ ପ୍ରକ୍ରିୟା ଅନୁଷ୍ଠିତ ହେବ। ଖାଲି ଆଲମିରା ଏବଂ ସିନ୍ଦୁକ ଗୁଡିକୁ ଭିତର ଓ ବାହାର ରତ୍ନଭଣ୍ଡାରରୁ ସ୍ଥାନାନ୍ତରଣ କରାଯାଇ ଶ୍ରୀମନ୍ଦିର ପରିସରରେ ଥିବା ନୀଳାଦ୍ରି ବିହାର ମ୍ୟୁଜିୟମ୍ ନିକଟସ୍ଥ ଏକ ଗୃହରେ ସୁରକ୍ଷିତ ରଖାଯିବ l

ତେଣୁ ଏହି ଦିନ ଶ୍ରୀଜୀଉଙ୍କ ନୀତିକାନ୍ତି ବା ସେବାପୂଜାରେ ବ୍ୟାଘାତ ନକରି ସ୍ଥାନାନ୍ତରଣ ପ୍ରକ୍ରିୟା ପାଇଁ ଆବଶ୍ୟକ ସମୟ ଦେବା ଲାଗି ବିଶେଷ ନୀତି ନିର୍ଘଣ୍ଟ ପ୍ରସ୍ତୁତ କରାଯାଇଛି l ତଦନୁଯାୟୀ, ତା 23-08-24 ଶୁକ୍ରବାର ଦିନ ପାଇଁ ହୋଇଥିବା ବିଶେଷ ନୀତି ନିର୍ଘଣ୍ଟ ଅନୁସାରେ ଦିନ ଘ.1:00 ଣ୍ଟା ଠାରୁ ସ୍ଥାନାନ୍ତର କାର୍ଯ୍ୟ ଶେଷ ହେବା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।

ମହାପ୍ରସାଦ କ୍ରୟ କରିବାକୁ ଇଚ୍ଛୁକ ଭକ୍ତ ସିଂହଦ୍ଵାର ପଟେ ବାଇଶି ପାହାଚ ଦେଇ ଆନନ୍ଦ ବଜାରରୁ ମହାପ୍ରସାଦ କ୍ରୟ କରି ଉତ୍ତର ଦ୍ୱାର ପଟେ ଉକ୍ତ ସମୟରେ ପ୍ରସ୍ଥାନ କରିପାରିବେ ।

ପ୍ରକାଶ ଥାଉକି, ଗତ ଜୁଲାଇ ୧୪ ଓ ୧୮ ତାରିଖ ଦିନ ଯଥାକ୍ରମେ ବାହାର ଓ ଭିତର ରତ୍ନଭଣ୍ଡାରରୁ ଶ୍ରୀମନ୍ଦିର ଭିତରେ ଥିବା  ଅସ୍ଥାୟୀ ରତ୍ନଭଣ୍ଡାରକୁ ଅଳଂକାର ଏବଂ ମୂଲ୍ଯବାନ ସାମଗ୍ରୀ ସ୍ଥାନାନ୍ତରଣ ହୋଇସାରିଛି।

LEAVE A REPLY

Please enter your comment!
Please enter your name here