By Our Correspondent
BHUBANESWAR: ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡାଙ୍କ ପୂଜ୍ୟା ମାତା ଶ୍ରୀମତୀ ଲୋଭାବତୀ ପରିଡାଙ୍କ ଆଜି ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୮୯ବର୍ଷ ବୟସ ହୋଇଥିଲା ।
ସ୍ୱର୍ଗତାଃ ପରିଡା ଜଣେ ଧର୍ମପରାୟଣ ମହିଳା ଥିଲେ । ତାଙ୍କ ବିୟୋଗରେ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ ଗଭୀର ଶୋକ ପ୍ରକାଶ କରିଛନ୍ତି ।
ସ୍ୱର୍ଗତାଃ ଲୋଭାବତୀ ପରିଡାଙ୍କ ଦିବଂଗତ ଆତ୍ମାର ସଦ୍ଗତି କାମନା କରିବା ସହିତ ତାଙ୍କର ଶୋକସନ୍ତପ୍ତ ପରିବାରବର୍ଗ ଓ ବନ୍ଧୁଜନଙ୍କୁ ସମବେଦନା ଜଣାଇ ଅସୀମ ଧର୍ଯ୍ୟ ପ୍ରଦାନ କରିବାକୁ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ରାଜ୍ୟ ସଭାପତି ଶ୍ରୀ ସାମଲ ପ୍ରାର୍ଥନା କରିଛନ୍ତି ।