ଏ ପର୍ଯ୍ୟନ୍ତ ରାଜ୍ୟରେ ତିନୋଟି ପର୍ଯ୍ୟାୟରେ 6,883 ହାଇସ୍କୁଲ ରୂପାନ୍ତର କାମ ସମ୍ପୂର୍ଣ୍ଣ ହୋଇଛି

0
362

By Our Correspondent

BHUBANESWAR:  ଏ ପର୍ଯ୍ୟନ୍ତ ରାଜ୍ୟରେ ତିନୋଟି ପର୍ଯ୍ୟାୟରେ 6,883 ହାଇସ୍କୁଲ ରୂପାନ୍ତର କାମ ସମ୍ପୂର୍ଣ୍ଣ ହୋଇଛି ।  ଡିସେମ୍ବର ୨୦୨୩ ସୁଦ୍ଧା ରାଜ୍ୟର ସମସ୍ତ 8,654 ସରକାରୀ ହାଇସ୍କୁଲଗୁଡିକରେ ରୂପାନ୍ତର କାମ ଶେଷ କରିବା ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି ।

5T ସଚିବ ଶ୍ରୀ ଭି.କେ. ପାଣ୍ଡିଆନ ଗତକାଲି ଓ ଆଜି ଦୁଇଦିନ ଧରି ଗଞ୍ଜାମ, ବରଗଡ, କେନ୍ଦୁଝର, କଟକ, ମୟୁରଭଞ୍ଜ, ମାଲକାନଗିର, ପୁରୀ, ଗଜପତି, ଢେଙ୍କାନାଳ ଆଦି ୯ଟି ଜିଲ୍ଲାର ୧୦୧ଟି ବ୍ଲକର ଓ ୨ଟି ମୁନିସିପାଲିଟି କର୍ପୋରେସନର ୭୫୨ଟି ହାଇସ୍କୁଲର ପ୍ରଧାନଶିକ୍ଷକ, ଛାତ୍ରଛାତ୍ରୀ, ପୁରାତନ ଛାତ୍ରଛାତ୍ରୀ, ସରପଞ୍ଚ ଓ ସ୍କୁଲ ପରିଚାଳନା କମିଟିର ସଦସ୍ୟମାନଙ୍କ ସହିତ ମାରାଥନ ବୈଠକ କରି ସେମାନଙ୍କ ସ୍କୁଲରେ 5T ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ କିଭଳି କାର୍ଯ୍ୟକାରୀ କରାଯିବ ସେ ସମ୍ପର୍କରେ ବିସ୍ତୃତ ଆଲୋଚନା କରିଛନ୍ତି ।

ହାଇସ୍କୁଲ ସ୍ତରରେ ପିଲାମାନଙ୍କୁ ଉନ୍ନତ ଶିକ୍ଷା ବ୍ୟବସ୍ଥା ଓ ଭିତ୍ତିଭୂମି ଯୋଗାଇଦେବା ପାଇଁ ରାଜ୍ୟ ସରକାର 5T ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ ଆରମ୍ଭ କରିଛନ୍ତି । ଅତ୍ୟାଧୁନିକ ଜ୍ଞାନକୌଶଳ ମାଧ୍ୟମରେ ସ୍ମାର୍ଟ କ୍ଳାସରୁମ ଓ ଇ-ଲାଇବ୍ରେରୀ ନିର୍ମାଣ ଦ୍ୱାରା ଶିକ୍ଷାଦାନର ଗୁଣାତ୍ମକ ମାନ ବୃଦ୍ଧି ପାଉଛି ।

LEAVE A REPLY

Please enter your comment!
Please enter your name here