ଓଡ଼ିଆ ସମେତ ୧୩ଟି ଆଞ୍ଚଳିକ ଭାଷାରେ ସିଏପିଏଫ କନଷ୍ଟେବଳ ପରୀକ୍ଷା ନିଷ୍ପତି ଯୁବଶକ୍ତିଙ୍କ ପାଇଁ ସୁଯୋଗର ନୂତନ ଦ୍ୱାର ଖୋଲିବ, ଧର୍ମେନ୍ଦ୍ର ପ୍ରଧାନ

0
306

By Our Correspondent

NEW DELHI/BHUBANESWAR:  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଗୃହ ମନ୍ତ୍ରଣାଳୟ ପକ୍ଷରୁ ସିଏପିଏଫ କନଷ୍ଟେବଳ(ଜେନେରାଲ ଡ୍ୟୁଟି) ପଦବୀ ପାଇଁ ଅନୁଷ୍ଠିତ ଲିଖିତ ପରୀକ୍ଷା ଓଡ଼ିଆ ସମେତ ୧୩ଟି ଆଞ୍ଚଳିକ ଭାଷାରେ କରାଯିବା ନିଷ୍ପତିକୁ ଟ୍ୱିଟ୍ କରି ସ୍ୱାଗତ କରିଛନ୍ତି କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ଏହି ନିଷ୍ପତି ଆମର ଭାଷା ବିବିଧତାକୁ ପାଳନ କରିବାର ଅବସର ଦେଇଛି । ଭାରତୀୟ ଭାଷାର ପ୍ରଚାରକୁ ପ୍ରୋତ୍ସାହନ ଦେବା ସହ ଏହି ନିର୍ଣ୍ଣୟ ଯୁବଶକ୍ତିଙ୍କ ପାଇଁ ସମ୍ଭାବନାର ନୂଆ ଦ୍ୱାର ଖୋଲିବ ବୋଲି ଶ୍ରୀ ପ୍ରଧାନ ଟ୍ୱିଟ୍ କରିଛନ୍ତି । ଏଥିପାଇଁ ପ୍ରଧାନମନ୍ତ୍ରୀ ମୋଦି ଓ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କୁ ଧନ୍ୟବାଦ ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ।

ସେ କହିଛନ୍ତି ଏହା ଏକ ଐତିହାସିକ ନିଷ୍ପତି । ସିଏପିଏଫ ପାଇଁ କନଷ୍ଟେବଳ ପରୀକ୍ଷା ଇଂରାଜୀ ଓ ହିନ୍ଦୀ ଭାଷା ବ୍ୟତିତ ୧୩ଟି ଭାରତୀୟ ଭାଷାରେ ହେବା ଦ୍ୱାରା ଅଧିକ ସଂଖ୍ୟକ ଯୁବବର୍ଗମାନେ ଉପକୃତ ହେବେ । ବିଶେଷ ଭାବରେ ଗ୍ରାମାଞ୍ଚଳର ଯୁବବର୍ଗମାନେ ଏହାର ସୁବିଧା ପାଇପାରିବେ । ଏହି ନିର୍ଣ୍ଣୟ ସବୁ ଭାରତୀୟ ଭାଷାର ପ୍ରଚାର ପ୍ରସାର ଦିଗରେ ପ୍ରଧାନମନ୍ତ୍ରୀଙ୍କ ପ୍ରତିବଦ୍ଧତାର ପ୍ରତିଫଳନ ବୋଲି କେନ୍ଦ୍ରମନ୍ତ୍ରୀ ଟ୍ୱିଟ୍ କରିଛନ୍ତି ।

ଉଲ୍ଲେଖନୀୟ ଯେ, କେନ୍ଦ୍ର ସ୍ୱରାଷ୍ଟ୍ର ଏବଂ ସମବାୟ ମନ୍ତ୍ରୀ ଶ୍ରୀ ଅମିତ ଶାହାଙ୍କ ନିର୍ଦ୍ଦେଶକ୍ରମେ ସିଏପିଏଫରେ ସ୍ଥାନୀୟ ଯୁବକମାନଙ୍କର ଭାଗିଦାରୀ ବଢ଼ାଇବା ଏବଂ ଆଞ୍ଚଳିକ ଭାଷାଗୁଡ଼ିକୁ ପ୍ରୋତ୍ସାହନ ଦେବା ଲାଗି ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଏହି ଐତିହାସିକ ନିଷ୍ପତ୍ତି ଗ୍ରହଣ କରାଯାଇଛି । ଏଣିକି ହିନ୍ଦୀ ଓ ଇଂରାଜୀ ବ୍ୟତୀତ ଓଡ଼ିଆ, ଅହମୀୟା, ବଙ୍ଗଳା, ଗୁଜରାଟୀ, ମରାଠୀ, ମାଲାୟଲମ, କନ୍ନଡ଼, ତାମିଲ, ତେଲୁଗୁ, ଊର୍ଦ୍ଦୁ, ପଞ୍ଜାବୀ, ମଣିପୁରୀ ଏବଂ କୋଙ୍କଣୀ ଭାଷା ଗୁଡ଼ିକରେ ସିଏପିଏଫ ପରୀକ୍ଷାରେ ପ୍ରଶ୍ନପତ୍ର ପ୍ରସ୍ତୁତ ହେବ ।

LEAVE A REPLY

Please enter your comment!
Please enter your name here