କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡ଼ିକାଲ କଲେଜ ଓ ହସପିଟାଲରେ ପ୍ରତିଷ୍ଠା ହେବ ୫୦୦ ଶଯ୍ୟା ବିଶିଷ୍ଟ ଟ୍ରମା ସେଣ୍ଟର୍, ଏ ସମ୍ପର୍କିତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଅନୁମୋଦନ ଦେଇଛନ୍ତି

0
286
Chief Minister Mohan Charan Majhi-file

By Our Correspondent

BHUBANESWAR:  କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡ଼ିକାଲ କଲେଜ ଓ ହସପିଟାଲରେ ପ୍ରତିଷ୍ଠା ହେବ ୫୦୦ ଶଯ୍ୟା ବିଶିଷ୍ଟ ଟ୍ରମା ସେଣ୍ଟର୍। ଏହାଦ୍ବାରା ବିଭିନ୍ନ ଦୁର୍ଘଟଣା ଗ୍ରସ୍ତ ଲୋକଙ୍କୁ ମିଳି ପାରିବ ତୁରନ୍ତ ଉନ୍ନତ ଚିକିତ୍ସା। ଏ ସମ୍ପର୍କିତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଅନୁମୋଦନ ଦେଇଛନ୍ତି।

ସୂଚନାଯୋଗ୍ୟ ଯେ ଏହି ଟ୍ରମା ସେଣ୍ଟର୍ ଟି କେନ୍ଦ୍ର ସରକାରଙ୍କ ‘ପ୍ରଧାନମନ୍ତ୍ରୀ ସ୍ବାସ୍ଥ୍ୟ ସୁରକ୍ଷା ଯୋଜନା’ରେ କାର୍ଯ୍ୟକାରୀ କରାଯିବ। ଏଥିପାଇଁ କେନ୍ଦ୍ର ସରକାର ୬୦ ପ୍ରତିଶତ ଅର୍ଥ ବିନିଯୋଗ କରିବା ବେଳେ ରାଜ୍ୟ ସରକାର ୪୦ ପ୍ରତିଶତ ଅର୍ଥ ବିନିଯୋଗ କରିବେ।

କଟକ ଏସସିବି ମେଡିକାଲରେ ଏହି ଟ୍ରମା ସେଣ୍ଟର ପ୍ରତିଷ୍ଠା କରିବା ପାଇଁ ମୁଖ୍ୟମନ୍ତ୍ରୀ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଶ୍ରୀ ଜେ.ପି ନଡ୍ଡାଙ୍କ ନିକଟକୁ ପତ୍ର ଲେଖି ଅନୁରୋଧ କରିଥିଲେ।

କେନ୍ଦ୍ର ସରକାର ଏହାକୁ ନୀତିଗତ ଅନୁମୋଦନ ଦେବା ପରେ ଏବେ ଏହା ରାଜ୍ୟ ସରକାରଙ୍କ ଅନୁମୋଦନ ମଧ୍ୟ ହାସଲ କରିଛି। ଏହାପରେ ଏହାର ବିସ୍ତୃତ ପ୍ରକଳ୍ପ ରିପୋର୍ଟ ପ୍ରସ୍ତୁତ କରାଯିବ ଏବଂ ପ୍ରକଳ୍ପ ପ୍ରତିଷ୍ଠା ପାଇଁ ପଦକ୍ଷେପ ନିଆଯିବ।

LEAVE A REPLY

Please enter your comment!
Please enter your name here