By Our Correspondent
BHUBANESWAR:ଚାଷୀମାନେ ହେଉଛନ୍ତି ଭାରତୀୟ ଅର୍ଥନୀତିର ମେରୁଦଣ୍ଡ । ଚାଷୀର ପ୍ରଗତିରେ ଦେଶର ପ୍ରଗତି । କୃଷକଙ୍କ ଆୟ ବୃଦ୍ଧି ପାଇଁ ବିଜେପି ବଦ୍ଧପରିକର । ଏହାକୁ ହୃଦୟଙ୍ଗମ କରି ଯଶସ୍ୱୀ ପ୍ରଧାନମନ୍ତ୍ରୀ ୨୦୧୪ ମସିହାରେ ଦେଶ ଶାସନର ଦାୟୀତ୍ୱ ନେବା ପରେ କୃଷକର ଆୟକୁ ଦ୍ୱିଗୁଣିତ କରିବା ପାଇଁ ନିରନ୍ତର ଉଦ୍ୟମ କରିଆସୁଛନ୍ତି । ପ୍ରଧାନମନ୍ତ୍ରୀ ଭାବେ ଦେଶର ଦାୟୀତ୍ୱ ନେବା ସମୟରେ ଧାନର ସର୍ବନିମ୍ନ ସହାୟକ ମୂଲ୍ୟ କ୍ୱିଂଟାଲ ପ୍ରତି ୧୩୧୦ ଟଙ୍କା ଥିଲା ।
ମୋଦି ସରକାରଙ୍କ ୧୧ ବର୍ଷର ଶାସନ ଭିତରେ ଏହାକୁ କ୍ରମାଗତ ଭାବେ ବୃଦ୍ଧି କରାଯାଇ କ୍ୱିଂଟାଲ ପ୍ରତି ସର୍ବନିମ୍ନ ସହାୟକ ମୂଲ୍ୟ ୨୩୬୯ ଟଙ୍କା ଓ ଗ୍ରେଡ୍ ଏ ଧାନ ର ମୂଲ୍ୟ ୨୩୮୯ କରାଯିବା ନିଷ୍ପତି ଚାଷୀକୁଳ ପାଇଁ ଆଶ୍ୱସ୍ଥି ଆଣିଦେଇଛି । ସେହିପରି ଆଜି କେନ୍ଦ୍ରୀୟ କ୍ୟାବିନେଟ ବୈଠକରେ ଚାଷୀଙ୍କ ପାଇଁ ସୁଧ ରିହାତି ବଜାୟ ରଖିବା ପାଇଁ ନିଷ୍ପତି ନିଆଯାଇଛି । ଦେଶରେ ୭.୭୫ କୋଟିରୁ ଅଧିକ ଚାଷୀ କିଷାନ କ୍ରେଡିଟ୍ କାର୍ଡ ଉପରେ ନିର୍ଭରଶୀଳ ଥିବାବେଳେ ସେମାନଙ୍କୁ ବିନା କୌଣସି ଗ୍ୟାରେଂଟିରେ ମାତ୍ର ୪ପ୍ରତିଶତ ସୁଧରେ ୨ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ପ୍ରଦାନ କରିବାର ବ୍ୟବସ୍ଥା କରାଯାଇଛି ।
ଏହା କ୍ଷୁଦ୍ର ଏବଂ ନାମ ମାତ୍ର ଚାଷୀଙ୍କ ପାଇଁ ଏକ ବଡ ଲାଭ ହେବ ବୋଲି ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ କହିଛନ୍ତି । ଆଜି କେନ୍ଦ୍ର କ୍ୟାବିନେଟ୍ର ନିଷ୍ପତି ଅନୁଯାୟୀ ଧାନ ସମେତ ଅନ୍ୟାନ୍ୟ ୧୭ଗୋଟି ଖରିଫ ଫସଲର ସର୍ବନିମ୍ନ ସହାୟକ ମୂଲ୍ୟକୁ ବୃଦ୍ଧି କରାଯାଇଛି । କୃଷକଙ୍କୁ ସଶକ୍ତ କରୁଛନ୍ତି ମୋଦି ସରକାର । ଆଜିର ଏହି ନିଷ୍ପତିକୁ ସ୍ୱାଗତ ଜଣାଇ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ଏବଂ କେନ୍ଦ୍ର କୃଷିମନ୍ତ୍ରୀ ଶ୍ରୀ ଶିବରାଜ ସିଂହ ଚୌହାନଙ୍କୁ ରାଜ୍ୟବାସୀଙ୍କ ପକ୍ଷରୁ ରାଜ୍ୟ ସଭାପତି ଶ୍ରୀ ସାମଲ ଧନ୍ୟବାଦ ଜ୍ଞାପନ କରିଛନ୍ତି ।


























