ଗବୋନ (ମଧ୍ୟ ଆଫ୍ରିକା)ରେ ଫସିଛନ୍ତି ୨୧ ଶ୍ରମିକ, ଉଦ୍ଧାର ପାଇଁ ବୈଜୟନ୍ତ ପଣ୍ଡାଙ୍କ ଉଦ୍ୟମ

0
278
ବରିଷ୍ଠ ବିଜେପି ନେତା ତଥା ରାଷ୍ଟ୍ରୀୟ ଉପସଭାପତି ଶ୍ରୀଯୁକ୍ତ ବୈଜୟନ୍ତ ପଣ୍ଡା ଗବୋନ (ମଧ୍ୟ ଆଫ୍ରିକା)ରେ ଫସିଥିବା ୨୧ ଜଣ ଶ୍ରମିକଙ୍କୁ ଉଦ୍ଧାର କରି ସୁରକ୍ଷିତ ଭାରତ ଫେରାଇ ଆଣିବା ପାଇଁ ଭାରତୀୟ ରାଷ୍ଟ୍ରଦୂତଙ୍କୁ ହସ୍ତକ୍ଷେପ କରିବାକୁ ଏକ ଚିଠି ଲେଖି ନିବେଦନ କରିଛନ୍ତି।

By Our Correspondent

BHUBANESWAR:  ବରିଷ୍ଠ ବିଜେପି ନେତା ତଥା ରାଷ୍ଟ୍ରୀୟ ଉପସଭାପତି ଶ୍ରୀଯୁକ୍ତ ବୈଜୟନ୍ତ ପଣ୍ଡା ଗବୋନ (ମଧ୍ୟ ଆଫ୍ରିକା)ରେ ଫସିଥିବା ୨୧ ଜଣ ଶ୍ରମିକଙ୍କୁ ଉଦ୍ଧାର କରି ସୁରକ୍ଷିତ ଭାରତ ଫେରାଇ ଆଣିବା ପାଇଁ ଭାରତୀୟ ରାଷ୍ଟ୍ରଦୂତଙ୍କୁ ହସ୍ତକ୍ଷେପ କରିବାକୁ ଏକ ଚିଠି ଲେଖି ନିବେଦନ କରିଛନ୍ତି।

ଏଠାରେ ସୂଚନାଯୋଗ୍ୟ ଯେ ଓଡିଶାର କେନ୍ଦ୍ରାପଡା ଜିଲ୍ଲା ଅର୍ନ୍ତଗତ ଆଳି ନିର୍ବାଚନ ମଣ୍ଡଳୀର ୧୧ ଜଣ, ଭଦ୍ରକ- ୨, ଢେଙ୍କାନାଳ- ୧, ପଶ୍ଚିମବଙ୍ଗ- ୧, ରାଜସ୍ଥାନ- ୧, ଆନ୍ଧ୍ର ପ୍ରଦେଶ- ୧ ଓ ବିହାର- ୪ ଜଣ ଶ୍ରମିକ ଅଧିକ ରୋଜଗାର ଆଶାରେ ଏକ ଏଜେଣ୍ଟଙ୍କ ଜରିଆରେ ଗବୋନ ଯାଇଥିଲେ। ପ୍ରତ୍ୟେକ ୧ ଲକ୍ଷ ଟଙ୍କା ଏଜେଣ୍ଟକୁ ଦେଇଥିବା ବେଳେ ମାସିକ ୫୦ ହଜାର ବେତନ ପ୍ରତିଶୃତି ପାଇଥିଲେ। କିନ୍ତୁ ସେଠାରେ ପହଞ୍ଚିବା ପରେ କମ୍ପାନୀ କତ୍ତୃପକ୍ଷ ସେମାନଙ୍କୁ ଶାରୀରିକ ଓ ମାନସିକ ନିର୍ଯ୍ୟାତନା ଦେବା ସହ ଦୈନିକ ୧୨ ଘଣ୍ଟାରୁ ଅଧିକ ସମୟ କାମ କରିବାକୁ ବାଧ୍ୟ କରୁଥିବା ଏକ ଭିଡିଓ ବାର୍ତ୍ତାରେ ପରିବାର ଲୋକଙ୍କୁ ଜଣାଇଥିଲେ।

ଉପାୟଶୂନ୍ୟ ହୋଇ ପରିବାର ଲୋକ ସେମାନଙ୍କୁ ସ୍ବଦେଶ ଫେରାଇ ଆଣିବା ପାଇଁ କେନ୍ଦ୍ରାପଡା ଜିଲ୍ଲା ଉପସଭାପତି କୃଷ୍ଣଚନ୍ଦ୍ର ପଣ୍ଡାଙ୍କ ଜରିଆରେ ବୈଜୟନ୍ତ ପଣ୍ଡାଙ୍କୁ ହସ୍ତକ୍ଷେପ କରିବାକୁ ଅନୁରୋଧ କରିଥିଲେ। ଅନୁରୋଧକ୍ରମେ ଶ୍ରୀଯୁକ୍ତ ପଣ୍ଡା ଭାରତୀୟ ରାଷ୍ଟ୍ରଦୂତଙ୍କ ସହ ଯୋଗାଯୋଗ କରି ଏ ବିଷୟରେ ଅବଗତ କରିବା ସହ ତୁରନ୍ତ ଏ ଦିଗରେ ପଦକ୍ଷେପ ନେଇ ସମସ୍ତଙ୍କୁ ସୁରକ୍ଷିତ ଭାରତ ଫେରାଇ ଆଣିବା ସଙ୍ଗେ ସଙ୍ଗେ ସହାୟତା ଯୋଗାଇଦେବାକୁ ନିବେଦନ କରିଛନ୍ତି।

LEAVE A REPLY

Please enter your comment!
Please enter your name here