ଗ୍ରାମ୍ଯଉନ୍ନୟନ ବିଭାଗ ଅଧିନସ୍ଥ ସମସ୍ତ ଯୋଜନା ଓ ପ୍ରକଳ୍ପ କାର୍ଯ୍ୟ ତ୍ୱରାନ୍ୱିତ ପ୍ରକ୍ରିୟାରେ ସମ୍ପୁର୍ଣ୍ଣ କରିବା ପାଇଁ ପ୍ରମୁଖ ଶାସନ ସଚିବ ଶ୍ରୀ ସଞ୍ଜୟ କୁମାର ସିଂ ନିର୍ଦ୍ଦେଶ ଦେଇଛନ୍ତି

0
124
: ଗ୍ରାମ୍ଯଉନ୍ନୟନ ବିଭାଗ ଅଧିନସ୍ଥ ସମସ୍ତ ଯୋଜନା ଓ ପ୍ରକଳ୍ପ କାର୍ଯ୍ୟ ତ୍ୱରାନ୍ୱିତ ପ୍ରକ୍ରିୟାରେ ସମ୍ପୁର୍ଣ୍ଣ କରିବା ପାଇଁ ପ୍ରମୁଖ ଶାସନ ସଚିବ ଶ୍ରୀ ସଞ୍ଜୟ କୁମାର ସିଂ ନିର୍ଦ୍ଦେଶ ଦେଇଛନ୍ତି।

By Our Correspondent

BHUBANESWAR:   ଗ୍ରାମ୍ଯଉନ୍ନୟନ ବିଭାଗ ଅଧିନସ୍ଥ ସମସ୍ତ ଯୋଜନା ଓ ପ୍ରକଳ୍ପ କାର୍ଯ୍ୟ ତ୍ୱରାନ୍ୱିତ ପ୍ରକ୍ରିୟାରେ ସମ୍ପୁର୍ଣ୍ଣ କରିବା ପାଇଁ ପ୍ରମୁଖ ଶାସନ ସଚିବ ଶ୍ରୀ ସଞ୍ଜୟ କୁମାର ସିଂ ନିର୍ଦ୍ଦେଶ ଦେଇଛନ୍ତି।

ବିଭାଗର ମାସିକ ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କରି ଶ୍ରୀ ସିଂ ବିଭିନ୍ନ ପ୍ରକଳ୍ପ କାର୍ଯ୍ୟର ଅଗ୍ରଗତି ସମୀକ୍ଷା କରିଥିଲେ। ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠରୁ ଆସୁଥିବା ଅଭିଯୋଗ ଗୁଡିକର ତ୍ଵରିତ ସମାଧାନ ପୂର୍ବକ ଅନୁପାଳନ ରିପୋର୍ଟ ବିଭାଗକୁ ପ୍ରଦାନ କରିବା ପାଇଁ ସେ ନିର୍ଦ୍ଦେଶ ଦେଇଥିଲେ।

ଫେବୃଆରୀ ମାସ ସୁଦ୍ଧା ୯୦ ପ୍ରତିଶତ ଅନୁଦାନ ଖର୍ଚ୍ଚ ହେବାକୁ ଲକ୍ଷ୍ଯ ଧାର୍ଯ୍ଯ ଥିବା ବେଳେ ଚଳିତ ଆର୍ଥିକ ବର୍ଷ ଶେଷ ସୁଦ୍ଧା ଶତପ୍ରତିଶତ ଅନୁଦାନ ବ୍ୟୟ କରିବା ଦିଗରେ ଧ୍ୟାନ ଦେବାକୁ ସେ ନିର୍ଦ୍ଦେଶ ଦେଇଥିଲେ।

ବିଜୁ ସେତୁ ଯୋଜନା, ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନା, ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନା ଅନ୍ତର୍ଗତ ସମସ୍ତ ପ୍ରକଳ୍ପ ସମ୍ବନ୍ଧରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରାଯିବା ସହ ଏହି ସମସ୍ତ ପ୍ରକଳ୍ପ ଗୁଡିକର କାର୍ଯ୍ୟ ତ୍ୱରାନ୍ୱିତ କରିବା ନିମନ୍ତେ ଶ୍ରୀ ସିଂଗୁରୁତ୍ୱାରୋପ କରିଥିଲେ

LEAVE A REPLY

Please enter your comment!
Please enter your name here