ଘଟଗାଁ ନିକଟରେ ସଡକ ଦୁର୍ଘଟଣାରେ ୮ଜଣ   ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ “ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠି”ରୁ ତିନି ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

0
288
ଆଜି ଘଟଗାଁ ନିକଟରେ ଏକ ସଡକ ଦୁର୍ଘଟଣାରେ ୮ଜଣ ବ୍ୟକ୍ତିଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ "ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠି"ରୁ ତିନି ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି।

By Our Correspondent

BHUBANESWAR:   ଆଜି ଘଟଗାଁ ନିକଟରେ ଏକ ସଡକ ଦୁର୍ଘଟଣାରେ ୮ଜଣ   ବ୍ୟକ୍ତିଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ “ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠି”ରୁ ତିନି ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି।

ଏହି ଦୁର୍ଘଟଣାରେ ଆହତ ୧୨ଜଣଙ୍କୁ ମାଗଣାରେ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା  ସହିତ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି।

ମୃତାହତ ସମସ୍ତ ବ୍ୟକ୍ତି ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଅଂଚଳର ବୋଲି ଜଣାପଡିଛି। ୫-ଟି ଅଧ୍ୟକ୍ଷ ଶ୍ରୀ ଭିକେ ପାଣ୍ଡିଆନ୍ କେଉଁଝର ଏବଂ ଗଞ୍ଜାମ ଜିଲ୍ଲାର ଜିଲ୍ଲାପାଳମାନଙ୍କ ସହ କଥା ହେବା ସହ ଆବଶ୍ୟକ ମୁତାବକ ସମସ୍ତ ସହଯୋଗ କରିବା ସମ୍ବନ୍ଧରେ ଆଲୋଚନା କରିଛନ୍ତି।

LEAVE A REPLY

Please enter your comment!
Please enter your name here