By Our Correspondent
BHUBANESWAR: ବିଜେପି ସମ୍ବିଧାନ ଅନୁସାରେ ପ୍ରତି ତିନି ବର୍ଷରେ ଥରେ ନୂତନ ସଭ୍ୟ ସଂଗ୍ରହ କରାଯାଇଥାଏ । ସଭ୍ୟ ସଂଗ୍ରହ ଅଭିଯାନ ପରେ ସଦସ୍ୟତା ଆଧାରରେ ଦଳର ପୁର୍ନବିନ୍ୟାସ ହେବା ସହ ନୂତନ ଦାୟିତ୍ୱ ବଂଟନ କରାଯାଏ । ବିଜେପିର ଆରମ୍ଭ ହେବ ସଦସ୍ୟତା ଅଭିଯାନ । ସମଗ୍ର ଦେଶ ସମେତ ଓଡିଶାରେ ମଧ୍ୟ ବିଜେପିର ସଦ୍ୟସତା ଅଭିଯାନ ଆହୁରି ଆଗକୁ ନେବା ଏବଂ ନୁଆ ସଦସ୍ୟମାନଙ୍କୁ ଦଳରେ ସାମିଲ କରିବା ପାଇଁ ଆରମ୍ଭ ହୋଇଛି ପ୍ରସ୍ତୁତି । ପ୍ରଥମେ ରାଜ୍ୟ, ଜିଲ୍ଲା, ମଣ୍ଡଳ ଓ ବୁଥ ସ୍ତରରେ କାର୍ଯ୍ୟକର୍ତାଙ୍କୁ ନେଇ ଅନୁଷ୍ଠିତ ହେବ ସ୍ୱତନ୍ତ୍ର କର୍ମଶାଳା ।
ଆସନ୍ତା କାଲି ରାଜ୍ୟସ୍ତରୀୟ କର୍ମଶାଳା ଅନୁଷ୍ଠିତ ହେବ ଏବଂ ରାଜ୍ୟର ସମସ୍ତ ସାଂସଦ, ବିଧାୟକ, ପଦାଧିକାରୀ, ଜିଲ୍ଲା ସଭାପତି, ସାଧାରଣ ସଂପାଦକ, ପ୍ରଭାରୀ ଏବଂ ସଦସ୍ୟତା କମିଟିର ସଦସ୍ୟମାନେ ଉପସ୍ଥିତ ରହିବେ । ଏହି କର୍ମଶାଳାରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ଓ ଶ୍ରୀମତୀ ପ୍ରଭାତୀ ପରିଡା, ରାଷ୍ଟ୍ରୀୟ ସଦସ୍ୟତା ଅଭିଯାନ ଟୋଲିର ସଦସ୍ୟ ଶ୍ରୀ ଋତୁରାଜ ସିହ୍ନା, ରାଜ୍ୟ ପ୍ରଭାରୀ ଶ୍ରୀ ବିଜୟ ପାଲ ସିଂହ ତୋମାର ଏବଂ ସହପ୍ରଭାରୀ ସୁଶ୍ରୀ ଲତା ଉସେଣ୍ଡି ପ୍ରମୁଖ ଉପସ୍ଥିତ ରହି ମାର୍ଗଦର୍ଶନ କରିବେ ।
ସେହିପରି ସଦସ୍ୟତା ଅଭିଯାନ ପାଇଁ ଆସନ୍ତା ୨୨, ୨୩ ଓ ୨୪ରେ ଜିଲ୍ଲାସ୍ତରୀୟ ଏବଂ ୨୫, ୨୬ ଓ ୨୭ ତାରିଖରେ ମଣ୍ଡଳସ୍ତରୀୟ କର୍ମଶାଳା ଅନୁଷ୍ଠିତ ହେବ । ଆସନ୍ତା ୩୧ ତାରିଖ ସୁଦ୍ଧା ବୁଥସ୍ତରୀୟ କର୍ମଶାଳା ସମାପ୍ତ ହେବ ବୋଲି ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ ସୁଚନା ଦେଇଛନ୍ତି ।
ସର୍ବଭାରତୀୟ ସଦସ୍ୟତା ଅଭିଯାନ ପାଇଁ ଗତ ୧୭ ଓ ୧୮ ତାରିଖ ଦିନ ଦିଲ୍ଲୀଠାରେ ସଦସ୍ୟତା ଅଭିଯାନ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ଆସନ୍ତା ସେପ୍ଟେମ୍ବର ୧ ତାରିଖ ଦିନ ରାଷ୍ଟ୍ରୀୟସ୍ତରରେ ସଦସ୍ୟତା ଅଭିଯାନର ଶୁଭାରମ୍ଭ ହେବ । ସର୍ବପ୍ରଥମେ ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ଏବଂ ରାଷ୍ଟ୍ରୀୟ ଅଧ୍ୟକ୍ଷ ଶ୍ରୀ ଜେ.ପି.ନଡ୍ଡା ସଦସ୍ୟତା ଗ୍ରହଣ କରିବା ପରେ ଦେଶବ୍ୟାପୀ ଆରମ୍ଭ ହେବ ସଦସ୍ୟତା ଅଭିଯାନ । ଦଳର ବିଚାରଧାରାକୁ ଭଲ ପାଉଥିବା ଏବଂ ବିଜେପିକୁ ସମର୍ଥନ କରୁଥିବା ଲୋକଙ୍କୁ ସଦସ୍ୟ କରାଯିବ ।
ଲୋକଙ୍କ ପାଖକୁ ଯାଇ ସଂପର୍କ ସ୍ଥାପନା କରିବେ କାର୍ଯ୍ୟକର୍ତା । ୧୮ ବର୍ଷରୁ ଉର୍ଦ୍ଧ୍ୱ ନାଗରିକ ସଦସ୍ୟ ହୋଇପାରିବେ । ଓଡିଶାରେ ୧ କୋଟି ସଦସ୍ୟ ପାଇଁ ଲକ୍ଷ୍ୟ ଧାର୍ଯ୍ୟ ହାଇଛି । ଚଳିତ ଥର ରାଜ୍ୟରେ ୧ ଲକ୍ଷ ‘ସକ୍ରିୟ ସଦସ୍ୟ’ ପାଇଁ ଲକ୍ଷ୍ୟ ଧାର୍ଯ୍ୟ ହୋଇଛି । ରାଜ୍ୟରେ ସଦସ୍ୟତା ଅଭିଯାନର ମୁଖ୍ୟ ଭାବେ ବରିଷ୍ଠ ନେତା ଶ୍ରୀ ରଞ୍ଜନ ପଟେଲଙ୍କୁ ଦାୟୀତ୍ୱ ପ୍ରଦାନ କରାଯାଇଛି ବୋଲି ରାଜ୍ୟ ସଭାପତି ଶ୍ରୀ ସାମଲ କହିଛନ୍ତି ।













![Ornab]over Eastcentral and adjoining Westcentral Bay of Bengal moved westwards with a speed of 15 kmph during last 6 hours, lay centered at 0830 hrs IST of 26th October over the same region near latitude 15.4°N and longitude 88.5°E, 580 km southeast of Gopalpur (Odisha), 610 km east-southeast of Vishakhapatnam (Andhra Pradesh), 620 km northwest of Sri Vijaya Puram (Andaman Islands), 690 km east-southeast of Kakinada (Andhra Pradesh), 790 km east-southeast of Machilipatnam (Andhra Pradesh) and 860 km east-southeast of Bapatla (Andhra Pradesh)](https://indianewsdiary.com/wp-content/uploads/2018/10/cyclone-and-heavy-rain-100x70.jpg)











