ଟ୍ରେଜେରୀରୁ ଆସିଥିବା ଚାବିରେ ଭଣ୍ଡାର ଖୋଲାଯିବା ସହ ସମସ୍ତ ଅଳଙ୍କାର ଅସ୍ଥାୟୀ ଷ୍ଟ୍ରଙ୍ଗ ରୁମକୁ ନେବା ପ୍ରକ୍ରିୟା ଆରମ୍ଭ ହୋଇଛି

0
84

By Our Correspondent

PURI: ରତ୍ନଭଣ୍ଡାର ଖୋଲିବାକୁ ନିର୍ଦେଶିତ କମିଟି ସଦସ୍ଯ ମାନେ ଆଜି ସକାଳୁ ସିଂହଦ୍ବାର ସମ୍ମୁଖରେ ରଥାରୂଢ ମହାପ୍ରଭୁଙ୍କ ଦର୍ଶନ କରି ଆଶୀର୍ବାଦ ଲାଭ କରିଥିଲେ। ଏହା ପରେ ସମସ୍ତେ ଏକାଠି ଶ୍ରୀମନ୍ଦିରକୁ ପ୍ରବେଶ କରିଥିଲେ। ମା ବିମଳା, ମା ଲକ୍ଷ୍ମୀଙ୍କ ସହ ପାର୍ଶ୍ବ ଦେବାଦେବୀଙ୍କ ଦର୍ଶନ କରିବା ପରେ ପାରମ୍ପରିକ ଧୋତି ଗାମୁଛା ପରିଧାନ କରିଥିଲେ ସମସ୍ତ କମିଟି ସଦସ୍ଯ ଏବଂ ଶୁଭ ମୁହୂର୍ତ୍ତ ଦିନ 9.51 ମିନିଟ୍ ସମୟରେ ଭଣ୍ଡାରକୁ ପ୍ରବେଶ କରିଥିଲେ।

ଟ୍ରେଜେରୀରୁ ଆସିଥିବା ଚାବିରେ ଭଣ୍ଡାର ଖୋଲାଯିବା ସହ ସମସ୍ତ ଅଳଙ୍କାର ଅସ୍ଥାୟୀ ଷ୍ଟ୍ରଙ୍ଗ ରୁମକୁ ନେବା ପ୍ରକ୍ରିୟା ଆରମ୍ଭ ହୋଇଛି।  ଗଜପତି ମହାରାଜ ମଧ୍ଯ ନିଜେ  ଉପସ୍ଥିତ ରହିଥିଲେ ।

ସୂଚନା ଯୋଗ୍ଯ ଯେ, ଗତ 14 ତାରିଖ ଦିନ ଭିତର ଭଣ୍ଡାର ମୁଖ୍ୟ ଦ୍ବାରରେ ଲାଗିଥିବା 3ଟି ଯାକ ତାଲା ଟ୍ରେଜେରୀରୁ ଆସିଥିବା ଦୁଇଟି ଚାବିରେ ନ ଖୋଲିବାରୁ ତାଲାଗୁଡିକୁ ଭାଙ୍ଗି କମିଟି ପ୍ରବେଶ କରିଥିଲେ । କିନ୍ତୁ ସମୟ ଅଭାବରୁ ସ୍ଥାନାନ୍ତର ପ୍ରକ୍ରିୟା ସମ୍ଭବପର ହୋଇ ପାରି ନଥିଲା ।

ସେହିଦିନ ଭିତର ଭଣ୍ଡାର ଦ୍ବାରରେ ଭଙ୍ଗାଯାଇଥିବା 3ଟି ଯାକ ତାଲା ଏବଂ ପୁରୁଣା ଦୁଇଟି ଚାବିକୁ ଜିଲ୍ଲା ଟ୍ରେଜେରିରେ ଜମା କରାଯାଇଛି । ଏଥି ସହିତ 2ଟି ନୂଆ ତାଲା ପକାଯାଇ ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ସିଲ୍ କରି ତାହାର ଚାବିକୁ ମଧ୍ୟ ଟ୍ରେଜେରିରେ ଜମା କରାଯାଇଥିଲା । ସେହି ନୂଆ ତାଲାର ଚାବି ଟ୍ରେଜେରିରୁ ଆଣି ଭଣ୍ଡାର ଖୋଲାଯାଇଛି ।

 

LEAVE A REPLY

Please enter your comment!
Please enter your name here