ଡ. ବାବା ସାହେବ ଭୀମରାଓ ଆମ୍ବେଦକର ବସ୍ ଟର୍ମିନାଲରେ ଏକ ପୋଲିସ୍ ଆଉଟପୋଷ୍ଟ ପ୍ରତିଷ୍ଠା କରିବା ପାଇଁ   ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଛନ୍ତି, ଏଥିରେ ୮୯ ଜଣ ପୋଲିସ୍ କର୍ମଚାରୀ ନିଯୁକ୍ତି ପାଇବେ

0
127
CM Naveen Patnaik-file

By Our Correspondent

BHUBANESWAR:  ନିକଟରେ ଉଦ୍‌ଘାଟିତ ହେବାକୁ ଥିବା ଡ. ବାବା ସାହେବ ଭୀମରାଓ ଆମ୍ବେଦକର ବସ୍‌ ଟର୍ମିନାଲରେ ଏକ ପୋଲିସ୍‌ ଆଉଟପୋଷ୍ଟ ପ୍ରତିଷ୍ଠା କରିବା ପାଇଁ ମାନ୍ୟବର   ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିଷ୍ପତ୍ତି ନେଇଛନ୍ତି । ଏଥିରେ ୮୯ ଜଣ ପୋଲିସ୍‌ କର୍ମଚାରୀ ନିଯୁକ୍ତି ପାଇବେ ।

ଏହି ଆଉଟପୋଷ୍ଟରେ ୮୯ ଜଣ ପୋଲିସ୍ କର୍ମଚାରୀ ନିଯୁକ୍ତି ପାଇବେ । ଏଥି ମଧ୍ୟରୁ ୨ ଜଣ ସବ୍-ଇନ୍ସ୍ପେକ୍ଟର, ୯ ଜଣ ଆସିଷ୍ଟାଣ୍ଟ ସବ୍-ଇନ୍ସ୍ପେକ୍ଟର, ୪ଜଣ ହାବିଲଦାର, ୭୨ ଜଣ କନଷ୍ଟେବଳ ଓ ୨ ଜଣ ଡ୍ରାଇଭର ରହିବେ ।

5T ଉପକ୍ରମରେ ଏହି ଆନ୍ତଃରାଜ୍ୟ ବସ୍‌ ଟର୍ମିନାଲର ନିର୍ମାଣ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଖୁବ୍‌ ଶୀଘ୍ର ଏହା ଲୋକାର୍ପିତ ହେବ । ଏଠାକୁ ଦୈନିକ ୭୦୦ ରୁ ୮୦୦ ବସ୍‌ ଯାତାୟତ କରିବ ।

ଭବିଷ୍ୟତରେ ବସ୍‌ ସଂଖ୍ୟା ୧୭୦୦ ରୁ ୧୮୦୦କୁ ବୃଦ୍ଧି ପାଇପାରେ । ଦୈନିକ ୩୫ ରୁ ୪୫,୦୦୦  ଯାତ୍ରୀ ମଧ୍ୟ ଯିବା ଆସିବା କରିବେ ।

5T ଅଧ୍ୟକ୍ଷ ଶ୍ରୀ କାର୍ତ୍ତିକ ପାଣ୍ଡିଆନ ବିଭିନ୍ନ ସମୟରେ ନିର୍ମାଣାଧୀନ ଟର୍ମିନାଲକୁ ଯାଇ ଏହାର ଅଗ୍ରଗତି ସମୀକ୍ଷା କରିବା ସମୟରେ ଅଧିକାରୀ ଓ ସ୍ଥାନୀୟ ଲୋକମାନଙ୍କ ସହିତ ଯାତ୍ରୀଙ୍କ ସୁରକ୍ଷା ଓ ସୁବିଧା ପାଇଁ ଏଠାରେ ଏକ ପୋଲିସ୍‌ ଆଉଟପୋଷ୍ଟ ପାଇଁ ପ୍ରସ୍ତାବ ଆସିଥିଲା ।

 ଏ ବିଷୟରେ ଶ୍ରୀ ପାଣ୍ଡିଆନ ମୁଖ୍ୟମନ୍ତ୍ରୀଙ୍କ ସହିତ ଆଲୋଚନା କରିବା ପରେ ଏଠାରେ ପୋଲିସ୍‌ ଆଉଟପୋଷ୍ଟ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ଗ୍ରହଣ କରିଛନ୍ତି ।

ଏହି ଟର୍ମିନାଲରେ ଯାତ୍ରୀଙ୍କ ପାଇଁ ରେଷ୍ଟୁରାଣ୍ଟ, ବହୁତଳ କାର ପାର୍କିଂ, ଆହାର କେନ୍ଦ୍ର, ୧୪୪ଟି ବସ୍‌ ବେ, ସିଟି ବସ୍‌ ପାଇଁ ବସ୍‌ ବେ ଓ ଦୋକାନ ବଜାର ଅନେକ ସୁବିଧା ରହିବ । ଏଥିପାଇଁ ଏଠାରେ ସୁରକ୍ଷା ବ୍ୟବସ୍ଥାର ଗୁରୁତ୍ୱ ଯଥେଷ୍ଟ ଅଧିକ ରହୁଛି ।

LEAVE A REPLY

Please enter your comment!
Please enter your name here