ତାଳଚେର ସ୍ଥିତ “ପବିତ୍ର ମୋହନ ପ୍ରଧାନ ମେଡିକାଲ କଲେଜ ଓ ହସ୍ପିଟାଲ” ଶୀଘ୍ର  କାର୍ଯ୍ୟକ୍ଷମ ହେବା ସମ୍ପର୍କରେ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ

0
218
ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ସ୍ୱର୍ଗତ ପବିତ୍ରମୋହନଙ୍କ ନାମରେ ନାମିତ ତାଳଚେର ସ୍ଥିତ “ପବିତ୍ର ମୋହନ ପ୍ରଧାନ ମେଡିକାଲ କଲେଜ ଓ ହସ୍ପିଟାଲ” ଶୀଘ୍ର କାର୍ଯ୍ୟକ୍ଷମ ହେବା ସମ୍ପର୍କରେ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ

By Our Correspondent  

BHUBANESWAR:    ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ତଥା ଓଡିଶାର ପୂର୍ବତନ ଉପ ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ପବିତ୍ରମୋହନଙ୍କ ନାମରେ ନାମିତ ତାଳଚେର ସ୍ଥିତ “ପବିତ୍ର ମୋହନ ପ୍ରଧାନ ମେଡିକାଲ କଲେଜ ଓ ହସ୍ପିଟାଲ” ଶୀଘ୍ର  କାର୍ଯ୍ୟକ୍ଷମ ହେବା ସମ୍ପର୍କରେ  ଆଜି ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଲୋକସେବା ଭବନରେ ଅନୁଷ୍ଠିତ ହୋଇଯାଇଛି।

ମହାନଦୀ କୋଲ୍ ଫିଲ୍ଡସ୍ ଲିମିଟେଡ୍ (ଏମସିଏଲ୍ ) ସହଯୋଗରେ  ଯଥାଶୀଘ୍ର ଏହି ଡାକ୍ତରଖାନା କାର୍ଯ୍ୟକ୍ଷମ କରାଯିବାକୁ ବୈଠକରେ ନିଷ୍ପତ୍ତି ହୋଇଛି। ଏଥିପାଇଁ ସମସ୍ତ ଆନୁଷଙ୍ଗିକ ପ୍ରସ୍ତୁତି ଓ ସହଯୋଗ ପାଇଁ ମୁଖ୍ୟ ଶାସନ ସଚିବ ଆବଶ୍ୟକ ନିର୍ଦ୍ଦେଶ ଦେଇଛନ୍ତି।

LEAVE A REPLY

Please enter your comment!
Please enter your name here