ଧାମନଗରରେ ଥିବା ମୁସଲମାନ ସମ୍ପ୍ରଦାୟର ପ୍ରସିଦ୍ଧ ଧାର୍ମିକ ସ୍ଥଳ ଖାନୱାରେ ଏକ ପାଣି ଟାଙ୍କି ସହ ଜଳଯୋଗାଣର ସୁବ୍ୟବସ୍ଥା ପାଇଁ ମୁଖ୍ୟମନ୍ତ୍ରୀ   Rs ୨ କୋଟି ମଞ୍ଜୁର କରିଛନ୍ତି

0
173
CM Naveen Patnaik-FILE

By Our Correspondent

BHUBANESWAR:  ଲୋକଙ୍କ ଆଶା ଆକାଂକ୍ଷା ହେଉଛି ପୂରଣ। ଧାମନଗରରେ ଥିବା ମୁସଲମାନ ସମ୍ପ୍ରଦାୟର ପ୍ରସିଦ୍ଧ ଧାର୍ମିକ ସ୍ଥଳ ଖାନୱାରେ ଏକ ପାଣି ଟାଙ୍କି ସହ ଜଳଯୋଗାଣର ସୁବ୍ୟବସ୍ଥା ପାଇଁ ମୁଖ୍ୟମନ୍ତ୍ରୀ Rs ୨ କୋଟି ମଞ୍ଜୁର କରିଛନ୍ତି। 5T ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଶ୍ରୀ କାର୍ତ୍ତିକ୍ ପାଣ୍ଡିଆନଙ୍କ ଧାମନଗର ଗସ୍ତ ଅବସରରେ ଖାନୱାର ପ୍ରତିନିଧି ଦଳଙ୍କ ଅନୁରୋଧ ସମ୍ପର୍କରେ ସେ ଜଣାଇବା ପରେ ମୁଖ୍ୟମନ୍ତ୍ରୀ ପଦକ୍ଷେପ ନେଇଛନ୍ତି।

ଏହି ଉନ୍ନତିକରଣ କାର୍ଯ୍ୟ ଦ୍ଵାରା ଛାତ୍ରଛାତ୍ରୀ, ତୀର୍ଥଯାତ୍ରୀ, ଉର୍ସ ମୁଜାହିଦ ଏ ମିଲାତ କମିଟିର ସଦସ୍ୟମାନଙ୍କ ସମେତ ୨ ଲକ୍ଷ ଭକ୍ତ ଉପକୃତ ହେବେ। ଅସୁବିଧାର ତୁରନ୍ତ ସମାଧାନ ହୋଇଥିବାରୁ ଧାମନଗର ଅଞ୍ଚଳର ମୁସଲମାନ ସମ୍ପ୍ରଦାୟ ମୁଖ୍ୟମନ୍ତ୍ରୀ ଏବଂ #5T ତଥା ନବୀନ ଓଡ଼ିଶା ଅଧ୍ୟକ୍ଷଙ୍କୁ କୃତଜ୍ଞତା ବ୍ୟକ୍ତ କରିଛନ୍ତି.

LEAVE A REPLY

Please enter your comment!
Please enter your name here